କଣ୍ଟାମାଳ: ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଦେଉଳି ତେଲନଦୀ ରେଲ୍େୱ ବ୍ରିଜ୍ ନିକଟରେ ବୁଧବାର ସନ୍ଧ୍ୟାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ କଣ୍ଟାମାଳ ବ୍ଲକ ନାରାୟଣ ପ୍ରସାଦ ପଞ୍ଚାୟତ ସିଲେଇମାଲ ଗାଁର କମ୍ବସର କାଲସା ବୋଲି କୁହାଯାଉଛି। ସ୍ଥାନୀୟ ଲୋକଙ୍କ ସୂଚନାକ୍ରମେ, ଘଟଣାସ୍ଥଳରେ ପୁଲିସ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ମନମୁଣ୍ଡା ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଛି।
ଏଥିସହ କେଉଁ ପରିସ୍ଥିତିରେ ଯୁବକଙ୍କ ମୃତ୍ୟୁ ହୋଇଛି ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ସ୍ଥାନୀୟ ଲୋକଙ୍କ କହିବାଅନୁସାରେ, ଏକ ଗାଡ଼ି ଚକ ତଳେ ଚାପି ହୋଇ ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁର କାରଣ ସ୍ପଷ୍ଟ ଜଣାପଡ଼ିନାହିଁ। ଏ ସମ୍ପର୍କରେ ମନମୁଣ୍ଡା ଥାନାଧିକାରୀ ଗୋପୀନାଥ ପ୍ରଧାନଙ୍କୁ ପଚାରିବାରୁ ଘଟଣାର ତଦନ୍ତ ଚାଲିଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ପ୍ରକାଶ କରିଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/01/dead-sisat.jpg)