ରେଳଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

ମାଲବାହୀ ଟ୍ରେନ୍‌ରୁ ଖସି ଯୁବକଙ୍କ ମୃତ୍ୟୁ

The Hans India

ବ୍ରହ୍ମପୁର : ଜିଆର୍‌ପି ଥାନା ଅନ୍ତର୍ଗତ ଲାଞ୍ଜିପଲ୍ଲୀ ଝାମି ମନ୍ଦିର ପାର୍ଶ୍ବ ଦେଇ ଯାଇଥିବା ରେଳଧାରଣାରୁ ଅପରାହ୍ଣରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କ ମୁଣ୍ଡ ସମ୍ପୂର୍ଣ୍ଣ ନଷ୍ଟ ହୋଇ ଯାଇଥିବା ବେଳେ ଡାହାଣା ହାତ ଛିଣ୍ଡି ଯାଇଛି। ଯୁବକ ଜଣକ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ଖବର ଲେଖାଯିବା ପର୍ଯ୍ୟନ୍ତ ଯୁବକଙ୍କ ପରିଚୟ ମିଳି ନାହିଁ। ଜିଆର୍‌ପି ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ସଂରକ୍ଷିତ ରଖିଛି। ସମ୍ପୃକ୍ତ ଯୁବକଙ୍କ ବସୟ ପ୍ରାୟ ୪୦ବର୍ଷ ହୋଇଥିବା ପୁଲିସ କହିଛି। କେସ୍ ନମ୍ବର ୩/୨୧ରେ ଅପମୃତ୍ୟୁ ମାମଲା ରୁଜୁ କରି ପୁଲିସ ଏ ଦିଗରେ ଅଧିକ ତଦନ୍ତ ଜାରି ରଖିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe