ଛାତ୍ର କଂଗ୍ରେସ ପକ୍ଷରୁ ତୈଳ ଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ

ଛାତ୍ର କଂଗ୍ରେସ ପକ୍ଷରୁ ତୈଳ ଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ

ଭୁବନେଶ୍ୱର : ତୈଳ ଦର ବୃଦ୍ଧି ପ୍ରତିବାଦରେ ଆଜି ଛାତ୍ର କଂଗ୍ରେସ ପକ୍ଷରୁ ମାଷ୍ଟରକ୍ୟାଣ୍ଟିନ ଛକରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସମନ୍ଵୟ କମିଟିର ସଭ୍ୟ ୟାସିର୍‌ ନୱାଜ୍‌ଙ୍କ ନେତୃତ୍ୱରେ ଶତାଧିକ ସମର୍ଥକ ଏୟାରପୋର୍ଟ ଛକରୁ ଶୋଭାଯାତ୍ରାରେ ବାହାରି ମାଷ୍ଟରକ୍ୟାଣ୍ଟିନ୍‌ ଛକ ପର୍ଯ୍ୟନ୍ତ ଆସିଥିଲେ। ସେଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରିଥିଲେ। ସରକାର ତୁରନ୍ତ ତୈଳ ଦର କମାଇବା ଦିଗରେ ପଦକ୍ଷେପ ନିଅନ୍ତୁ ବୋଲି ଛାତ୍ର କଂଗ୍ରେସ ଦାବି କରିଛି। ନଚେତ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ଚେତାବନୀ ଦିଆଯାଇଛି।

ବିକ୍ଷୋଭ ପରେ ଆନ୍ଦୋଳନକାରୀ କାର୍ଯ୍ୟାଳୟକୁ ଫେରିଥିଲେ। ସେଠାରେ ନୱାଜ୍‌ଙ୍କୁ ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଥିଲେ। ଏଥିରେ ପିସିସି ସାଧାରଣ ସଂପାଦକ ସଂଗ୍ରାମ କେଶରୀ ଜେନା, ଅଖିଳ ଭାରତ ଛାତ୍ର କଂଗ୍ରେସର ସାଧାରଣ ସଂପାଦକ ରାଜୀବ ପଟ୍ଟନାୟକ, ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ମାନସ ଚୌଧୁରୀ, କାର୍ଯ୍ୟକାରୀ ସଭାପତି ରଶ୍ମି ମହାପାତ୍ର, ପୂର୍ବତନ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ମନୋରଞ୍ଜନ ଦାଶ, ପୂର୍ବତନ ପିସିସି ସଂପାଦକ ପ୍ରକାଶ ମିଶ୍ରଙ୍କ ସମେତ ବହୁ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe