ବ୍ରଜରାଜନଗର : ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଥାନା ଅନ୍ତର୍ଗତ ଗାନ୍ଧୀ ଛକ ଅଞ୍ଚଳରେ ଜଣେ ଯୁବକ ସୋମବାର ସନ୍ଧ୍ୟାରେ ତାଙ୍କ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଆଜି ସକାଳେ ଚିକିତ୍ସାଧୀନ ଅବସ୍ଥାରେ ବୁର୍ଲା ମେଡିକାଲ୍ରେ ତାଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଲେ ଦୀନେଶ ଗୁପ୍ତା (୪୧)।
ଦୀନେଶଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ମେଳାପୀ ସ୍ୱଭାବ ସହ ସେ ସ୍ଥାନୀୟ ଅଞ୍ଚଳରେ ବେଶ ପରିଚିତ ଥିଲେ। ଆତ୍ମହତ୍ୟା କାରଣ ଜଣାପଡ଼ିନାହିଁ। ଗତ ୨୮ ତାରିଖ ସନ୍ଧ୍ୟା ପ୍ରାୟ ୭ଟା ୩୦ରେ ଦୀନେଶ କୌଣସି କାରଣରୁ ତାଙ୍କ ବେକକୁ ଏକ ଧାରୁଆ ଅସ୍ତ୍ରରେ କାଟି ଦେଇଥିଲେ। ପରିବାର ଲୋକେ ଏହା ଜାଣିବା ପରେ ତାଙ୍କୁ ଚିକିତ୍ସା ପାଇଁ ଝାରସୁଗୁଡ଼ା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଥିଲା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/03/2b24a7bf-c1a4-48d1-9a13-33c862b8be31.jpg)