ଭୁବନେଶ୍ବର: ଏଥର ରାଜଧାନୀ ଭୁବନେଶ୍ୱରରେ ହେବନି ଜିରୋ ନାଇଟ ସେଲିବ୍ରେସନ୍ । ନୂଆବର୍ଷ ପାଇଁ ୩୧ ତାରିଖ ରାତିରେ ଭୁବନେଶ୍ୱରରେ କୌଣସି ପ୍ରକାର ଉତ୍ସବ ପାଳନ କରାଯିବ ନାହିଁ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିରୋ ନାଇଟ ସେଲିବ୍ରେସନ ଉପରେ କଟକଣା ଲଗାଇଛନ୍ତି ଭୁବନେଶ୍ବର ମହାନଗର ନିଗମ କମିସନର ।
ପ୍ରତିବର୍ଷ ଡିସେମ୍ବର ୩୧ ତାରିଖ ରାତିରେ ଭୁବନେଶ୍ୱରରେ ଜିରୋ ନାଇଟ ସେଲିବ୍ରେସନ ହୋଇଥାଏ । କ୍ଲବ ଓ ବିଭିନ୍ନ ବାରରେ ନୂଆ ବର୍ଷ ପାଇଁ ଉତ୍ସବ ପାଳନ ହୋଇଥାଏ । ଏହି ସମୟରେ ବାର ଓ କ୍ଲବରେ ପ୍ରବଳ ଗହଳି ଦେଖିବାକୁ ମିଳିଥାଏ । ତେଣୁ ଏଥର କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଏହାକୁ ବନ୍ଦ କରାଯାଇଛି ।
TravelTriangleସେହିପରି ଆଜି ବିଏମସି କମିସନର ସାମ୍ବାଦିକ ସମ୍ମିଳନୀ କରି ଡିସେମ୍ବର ୨୭ରୁ ଲିଙ୍ଗରାଜ ମନ୍ଦିର ଖୋଲିବା ନେଇ ଘୋଷଣା କରିଛନ୍ତି । ୨୭ରୁ ୩୧ ଯାଏଁ ଦର୍ଶନ କରିପାରିବେ ସେବାୟତଙ୍କ ପରିବାର । ନୂଆବର୍ଷ ଅର୍ଥାତ ଜାନୁଆରି ୧ ଓ ୨ରେ ବନ୍ଦ ରହିବ ଲିଙ୍ଗରାଜ ମନ୍ଦିର । ୩ରୁ ୫ ତାରିଖ ଯାଏଁ ରାଜଧାନୀ ବାସିନ୍ଦାଙ୍କୁ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବାର ସୁଯୋଗ ମିଳିବ । ଜାନୁଆରୀ ୬ରୁ ୩୧ ଯାଏଁ ରାଜ୍ୟର ଅନ୍ୟାନ୍ୟ ସ୍ଥାନର ଭକ୍ତଙ୍କୁ ଲିଙ୍ଗରାଜଙ୍କ ଦର୍ଶନ ନେଇ ସୁଯୋଗ ମିଳିବ ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/12/t-141.jpg)