କାଳବୈଶାଖୀ: ୧୪ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି; ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ବହିବ ଘୂର୍ଣ୍ଣିଝଡ଼

Advertisment
କାଳବୈଶାଖୀ: ୧୪ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି; ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ବହିବ ଘୂର୍ଣ୍ଣିଝଡ଼

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୭ ତାରିଖ ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଜପତି, ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। କାଳବୈଶାଖୀ ସମୟରେ ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି।

publive-image

ସେହିପରି ଏହି ସମୟ ମଧ୍ୟରେ ଉପକୂଳ ଓଡ଼ିଶାର ଜିଲ୍ଲା ସମେତ ଦେବଗଡ଼, ଅନୁଗୁଳ, ଢ଼େଙ୍ଗାନାଳ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ବଜ୍ରପାତର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।

publive-image

ଏହି ସମୟ ମଧ୍ୟରେ ଉପକୂଳ ଓଡ଼ିଶା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା/ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe