ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ହିଞ୍ଜିଳିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବାର ଖବର ମିଳିଛି। ଦଣ୍ଡୁଆଙ୍କୁ ନେଇ ଯାଉଥିବା ଏକ ପିକଅପ୍ ଭ୍ୟାନ ଓଲଟି ଦୁଇଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ଅବସ୍ଥା ସଙ୍କାଟାପନ୍ନ ରହିଛି। ଗୁରୁତରଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି।
ସୂଚନା ମୁତାବକ, ଦୁଇଟି ପିକଅପ୍ ଭ୍ୟାନରେ ଦଣ୍ଡୁଆମାନେ ବ୍ରହ୍ମପୁରରୁ କ୍ଷେତ୍ରୀ ବ୍ରହ୍ମପୁରକୁ ଯାଉଥିବା ବେଳେ ହିଞ୍ଜିଳି ଥାନା ଅନ୍ତର୍ଗତ ସାରୁ ନିକଟରେ ଦୁର୍ଘଟଘା ଘଟିଥିଲା। ଭ୍ୟାନଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/08/mkcg.jpg)