ଭୁବନେଶ୍ବର: ଗାନ୍ଧୀ ଜୟନ୍ତୀ ଅବସରରେ ଆଜିଠାରୁ ବିଜେଡିର ଜନସଂପର୍କ ଯାତ୍ରା ଆରମ୍ଭ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାପୁଜୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

Advertisment

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗାନ୍ଧିଜୀ ଆମକୁ ସବୁବେଳେ ପ୍ରେରଣା ଦେଇ ଆସିଛନ୍ତି। ବିଜୁ ଜନତା ଦଳ ଗରିବ, ମହିଳା, ଯୁବ, ଏସସି ଓ ଏସଟିଙ୍କ ପାଇଁ କାମ କରୁଛି। ମହିଳା ସଶକ୍ତିକରଣ ଦିଗରେ କାମ କରୁଛୁ । ମହିଳା ଆଇନ ଆମ ବହୁଦିନର ଉଦ୍ୟମ ଥିଲା, ତାହା ସଫଳ ହୋଇଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ୱାସ୍ଥ୍ୟ କ୍ଷେତ୍ରରେ ଗେମ ଚେଞ୍ଜର ହୋଇଛି। ସ୍କୁଲ ରୁପାନ୍ତରଣ, ଖାଦ୍ୟ ସୁରକ୍ଷା, କ୍ରୀଡ଼ାର ବିକାଶ କ୍ଷେତ୍ରରେ ଓଡ଼ିଶା ଉଦାହରଣ ସାଜିଛି।

ବିରୋଧୀ ଦଳମାନଙ୍କୁ ଟାର୍ଗେଟ୍ କରି ନବୀନ ପଟ୍ଟନାୟକ କହିଛନ୍ତି, ଓଡ଼ିଶାର ବିକାଶରେ ବିରୋଧୀ ଦଳ ବାଧକ ସାଜିଛନ୍ତି। ସେମାନେ ଖୁସି ନାହାନ୍ତି। ଲୋକଙ୍କୁ ଭୁଲ ଖବର ଦେଇ ଭ୍ରମିତ କରିବା ଏବେ ସେମାନଙ୍କ କାମ ହୋଇଛି। ନିର୍ବାଚନ ଆସିଲେ ସେମାନେ ଏମିତି କରନ୍ତି। ସେଥିପାଇଁ ସେମାନଙ୍କୁ ଜନତା ସବୁବେଳେ ରିଜେକ୍ଟ କରି ଆସିଛନ୍ତି। ବିରୋଧୀ ହେଉଛନ୍ତି ବିକାଶ ବିରୋଧୀ ଓ ଜନ ବିରୋଧୀ । ଶ୍ରୀ ଲିଙ୍ଗରାଜ ଓ ଶ୍ରୀ ଜଗନ୍ନାଥ ମନ୍ଦିର କାର୍ଯ୍ୟରେ ବାଧା ଦେବାକୁ ବି ଚେଷ୍ଟା କରିଥିଲେ। ଲୋକେ ତାଙ୍କୁ କ୍ଷମତା ଦେବେନି। ମୁଁ କର୍ମୀମାନଙ୍କୁ ଅନୁରୋଧ କରୁଛି ବିକାଶର ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବେ।