Deccan Herald
କଟକ: ପୁରୀ ବଡ଼ଦାଣ୍ଡରେ ଥିବା ବଗଲା ଧର୍ମଶାଳା ଜମି ଅନିୟମିତତା ପ୍ରସଂଗକୁ ନେଇ ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଡକ୍ଟର ସମ୍ବିତ ପାତ୍ର ଆଜି ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରିଛନ୍ତି। ଶ୍ରୀଜଗନ୍ନାଥଙ୍କ ଅମୃତମଣୋହି ସଂପତ୍ତିକୁ ଅନ୍ୟମାନଙ୍କ ନାଁରେ ରେକର୍ଡ କରିବା ବା ବିକ୍ରି କରିବାର ଅଧିକାର ପୁରୀ ପୌରପାଳିକା କିମ୍ବା ରାଜ୍ୟ ନଗର ଉନ୍ନୟନ ବିଭାଗର ନାହିଁ ବୋଲି ଆବେଦନରେ ଦର୍ଶାଯାଇଛି।
ମାମଲାରେ ରାଜ୍ୟ ସରକାର, ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି, ରାଜସ୍ବ ଓ ବିପର୍ଯ୍ୟୟ ପରିଚାନା ବିଭାଗ, ନଗର ଉନ୍ନୟନ ବିଭାଗ, ପର୍ଯ୍ୟଟନ ବିଭାଗ, ପୁରୀ ଜିଲ୍ଲାପାଳ, ତହସିଲଦାର, ପୌରପାଳିକା ଓ ଅନ୍ୟମାନଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ମାମଲା ପରିଚାଳନା କରୁଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ, ଶ୍ରୀମନ୍ଦିର ଚତୁଃପାର୍ଶ୍ବ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଥିବାବେଳେ ବଗଲା ଧର୍ମଶାଳା ଜମିକୁ ହୋଟେଲ ଓ ଲଜ ମାଲିକଙ୍କୁ ଦେବା ପ୍ରସଂଗକୁ ନେଇ ବିବାଦ ତେଜିଥିଲା।
Follow Us