୨୦୨୫ ଫେବ୍ରୁଆରି ୧୫ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା

Advertisment
୨୦୨୫ ଫେବ୍ରୁଆରି ୧୫ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ବର: ୨୦୨୫ ଫେବ୍ରୁଆରି ୧୫ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା। ଏନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା। ପ୍ରାକ୍ଟିକାଲ ପରୀକ୍ଷା ଏବଂ ଇଣ୍ଟରନାଲ ପରୀକ୍ଷା ଆସନ୍ତା ଡିସେମ୍ବର ୨୬ ତାରିଖରୁ ଜାନୁଆରୀ ୧୫ ମଧ୍ୟରେ ତାରିଖ ମଧ୍ୟରେ ଶେଷ ହେବ ବୋଲି ସେ କହିଛନ୍ତି।

ଏଣେ ୨୦୨୫ରେ ଯୁକ୍ତ୨ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ପ୍ରଶ୍ନପତ୍ର ଢାଞ୍ଚା ବଦଳିଛି। ଏଣିକି ବାର୍ଷିକ ପରୀକ୍ଷାରେ ଆଉ ୧୦୦ ନୁହେଁ, ବରଂ ପରୀକ୍ଷାର୍ଥୀଙ୍କୁ ୮୦ ମାର୍କର ଥିଓରି ପରୀକ୍ଷା ଦେବାକୁ ପଡ଼ିବ। ସେଥିରୁ ୨୪ ମାର୍କ ରଖିଲେ ଜଣେ ପରୀକ୍ଷାର୍ଥୀ ପାସ୍‌ କରିବେ। ନ ହେଲେ ଫେଲ୍‌ ବୋଲି ବିବେଚନା କରାଯିବ। ବାକି ୨୦ ମାର୍କ ଇଣ୍ଟରନାଲ୍‌ ପରୀକ୍ଷା ହେବ। ସେଥିରେ ପରୀକ୍ଷାର୍ଥୀ ଯେତିକି ମାର୍କ ରଖିବେ ତାହାକୁ ମୋଟ ମାର୍କ ସହ ସଂଯୋଗ କରାଯିବ। ହେଲେ ଥିଓରି ମାର୍କ ସହ ମିଶ୍ରଣ କରାଯାଇ ପାସ୍‌ ବୋଲି ଗଣାଯିବ ନାହିଁ। ଉଦାହରଣ ସ୍ବରୂପ ଇଂରାଜୀ, ଇତିହାସ, ରାଜନୀତି ବିଜ୍ଞାନ ବିଷୟରେ ମୋଟ ୮୦ ମାର୍କର ପରୀକ୍ଷା ହେବ। ସେଥିରୁ ପରୀକ୍ଷାର୍ଥୀ ୨୪ ମାର୍କ ଅର୍ଥାତ୍‌ ୩୦% ମାର୍କ ରଖିଲେ ହିଁ ଉତ୍ତୀର୍ଣ୍ଣ ହେବେ। ଯଦି ଜଣେ ପରୀକ୍ଷାର୍ଥୀ ଇଣ୍ଟରନାଲ୍‌ ପରୀକ୍ଷାରେ ୨୦ରୁ ୧୮ ମାର୍କ ପାଇଥିବେ, ହେଲେ ଥିଓରି ପରୀକ୍ଷାରେ ୮୦ରୁ ୨୦ ମାର୍କ ରଖିବେ ତାହା ହେଲେ ତାଙ୍କୁ ଫେଲ୍‌ ବୋଲି ଘୋଷଣା କରାଯିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe