ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ: ଜଣେ ମାତ୍ର ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ଗତକାଲି ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ମାତ୍ର ୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୬ଟି ଜିଲ୍ଲାରୁ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, ଗଜପତି ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୧ ଜଣ, ଓ ସମ୍ବଲପୁର ଜିଲ୍ଲାରୁ ୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୦୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୭୯୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର