ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫ କରୋନା ପଜିଟିଭ ଚିହ୍ନଟ, ୧୮ ବର୍ଷରୁ କମ୍ ବର୍ଗର ଜଣେ ବି ନାହାନ୍ତି

ଭୁବନେଶ୍ବର: ଗତକାଲି ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଜଣେ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନ ଥିବା ଜଣାଯାଇଛି। ଆଜି ରାଜ୍ୟର ୪ଟି ଜିଲ୍ଲାରୁ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୬ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, ସମ୍ବଲପୁର ଜିଲ୍ଲାରୁ ୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୩୭୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୦୮୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୧୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର