ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 4th November
New positives: 170
Of which 0-18 years: 24
In quarantine: 98
Local contacts: 72(Details of local contacts will be shared by concerned District)
1. Balasore: 11
2. Bargarh: 2
3. Bhadrak: 4
4. Balangir: 3
5. Cuttack: 19
6. Deogarh: 1— I & PR Department, Odisha (@IPR_Odisha) November 5, 2021
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୧ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୧୯ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୩ ଜଣ, ଗଜପତିରୁ ୧ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୬୧ ଜଣ, ମୟୂରଭଞ୍ଜରୁ ୩ ଜଣ, ପୁରୀରୁ ୧ ଜଣ, ସମ୍ୱଲପୁରରୁ ୯ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲରୁ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୨ ହଜାର ୯୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୦ ହଜାର ୮୮୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩ ହଜାର ୬୫୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।