ଆଜିର କୋଭିଡ ମୃତ୍ୟୁ ସୂଚନା: ରାଜ୍ୟରେ ପୁଣି ୨୧ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୧୮କୁ ବୃଦ୍ଧି

Advertisment
ଆଜିର କୋଭିଡ ମୃତ୍ୟୁ ସୂଚନା: ରାଜ୍ୟରେ ପୁଣି ୨୧ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୧୮କୁ ବୃଦ୍ଧି

livemint.com

ଭୁବନେଶ୍ୱର: ପୁଣି ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ପୁଣି ଦୁଇ ଅଙ୍କ ଛୁଇଁଛି। ରାଜ୍ୟରେ ୨୧ କରୋନା ସଂକ୍ରମିତଙ୍କ ପ୍ରାଣହାନି ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୮୧୮କୁ ବୃଦ୍ଧି ପାଇଛି।

ପ୍ରାପ୍ତ ସୂଚନା ଅନୁଯାୟୀ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୨ଜଣ ମୃତକ ଅଛନ୍ତି। ଅପରପକ୍ଷରେ ଖୋର୍ଦ୍ଧା, ଭଦ୍ରକ ଓ ଗଞ୍ଜାମ ଜିଲ୍ଲାର ଦୁଇ ଜଣ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏଣେ ବାଲେଶ୍ବର କନ୍ଧମାଳ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଅଛନ୍ତି। ଏଣେ କନ୍ଧମାଳର ଏକ ୧୦ ମାସର ଶିଶୁପୁତ୍ର ମୃତ୍ୟୁବରଣ କରିଥିବା ଜଣାଯାଇଛି।

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧,୪୮୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮୬୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୬୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୩୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୭୨ ଜଣ, ବାଲେଶ୍ୱରରୁ ୩୪ ଜଣ, ବରଗଡ଼ରୁ ୨୫ ଜଣ, ଭଦ୍ରକରୁ ୨୦ ଜଣ, ବଲାଙ୍ଗୀରରୁ ୩୭ ଜଣ, ବୌଦ୍ଧ ଜିଲ୍ଲାରୁ ୩୬, କଟକରୁ ୧୩୩ ଜଣ, ଦେବଗଡ଼ରୁ ୨୭ ଜଣ, ଢେଙ୍କାନାଳରୁ ୧୩ ଜଣ, ଗଜପତିରୁ ୪୩, ଗଞ୍ଜାମରୁ ୨୭ ଜଣ, ଜଗତସିଂହପୁରରୁ ୪୩ ଜଣ, ଯାଜପୁରରୁ ୭୩ ଜଣ, ଝାରସୁଗୁଡ଼ାରୁ ୩୯ ଜଣ, କଳାହାଣ୍ଡିରୁ ୪୧ ଜଣ, କନ୍ଧମାଳରୁ ୧୨ ଜଣ, କେନ୍ଦ୍ରାପଡ଼ାରୁ ୪୯ ଜଣ, କେଉଁଝରରୁ ୩୪ ଜଣ, ଖୋର୍ଦ୍ଧାରୁ ୧୬୩ ଜଣ, କୋରାପୁଟରୁ ୫୮ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୪୦ ଜଣ, ନବରଙ୍ଗପୁରରୁ ୩୫, ନୟାଗଡ଼ରୁ ୫୯ ଜଣ, ନୂଆପଡ଼ାରୁ ୫୭ ଜଣ, ପୁରୀରୁ ୩୭ ଜଣ, ରାୟଗଡ଼ାରୁ ୪୭ ଜଣ, ସମ୍ୱଲପୁରରୁ ୨୧ ଜଣ, ସୋନପୁରରୁ ୨୭, ସୁନ୍ଦରଗଡ଼ରୁ ୧୩୯ ଜଣ ଓ ଷ୍ଟେଟ ପୁଲରୁ ୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୭୩, ୦୦୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୪୮, ୧୫୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୫, ୯୮୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe