ଆଉ ୪ଜଣଙ୍କ ମୃତ୍ୟୁ, ରାଜ୍ୟରେ କରୋନାଜନିତ ମୃତକଙ୍କ ସଂଖ୍ୟା ୮୪୭୬କୁ ବୃଦ୍ଧି

ଆଉ ୪ଜଣଙ୍କ ମୃତ୍ୟୁ, ରାଜ୍ୟରେ କରୋନାଜନିତ ମୃତକଙ୍କ ସଂଖ୍ୟା ୮୪୭୬କୁ ବୃଦ୍ଧି

ଭୁବନେଶ୍ବର: ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ୪ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ପ୍ରାଣହାନି ଘଟିଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୭୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସୁନ୍ଦରଗଡ଼, ଜଗତସିଂହପୁର, ଭଦ୍ରକ ଓ କଟକ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ଭିତରେ ସୁନ୍ଦରଗଡ଼ର ଜଣେ ୭୨ ବର୍ଷ ବୟସ୍କ ପୁରୁଷ, ଜଗତସିଂହପୁରର ଜଣେ ୨୫ ବର୍ଷୀୟା ମହିଳା, ଭଦ୍ରକର ଜଣେ ୮୭ବର୍ଷ ବୟସ୍କ ପୁରୁଷ ଓ କଟକ ଜିଲ୍ଲାର ଜଣେ ୩୬ ବର୍ଷୀୟା ମହିଳା ଥିବା ଜଣାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦,୨୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୫୯୬୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୩୧୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୬୫ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଜଣାଯାଇଛି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୧,୧୧,୮୭୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୦,୫୦,୧୭୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୩,୧୭୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe