ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୯୨ କରୋନା ପଜିଟିଭ ଚିହ୍ନଟ, ୧୨୨ ଜଣ ୧୮ ବର୍ଷରୁ କମ୍ ବର୍ଗର

Advertisment
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୯୨ କରୋନା ପଜିଟିଭ ଚିହ୍ନଟ, ୧୨୨ ଜଣ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୯୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୮୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୦୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୨୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୯୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୯ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୯ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧ ଜିଲ୍ଲାରୁ ୩, କଟକରୁ ୩୨ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୫ ଜଣ, ଗଜପତିରୁ ୨୬, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୪ ଜଣ, ଯାଜପୁରରୁ ୩୬ ଜଣ, ଝାରସୁଗୁଡ଼ାରୁ ୧୧ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୯ ଜଣ, କେନ୍ଦ୍ରାପଡ଼ାରୁ ୧୨ ଜଣ, କେଉଁଝରରୁ ୩ ଜଣ, ଖୋର୍ଦ୍ଧାରୁ ୪୫ ଜଣ, କୋରାପୁଟରୁ ୨୪ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୧୮ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୧୬ ଜଣ, ନୂଆପଡ଼ାରୁ ୭ ଜଣ, ପୁରୀରୁ ୮ ଜଣ, ରାୟଗଡ଼ାରୁ ୪୫ ଜଣ, ସମ୍ୱଲପୁରରୁ ୩୮ ଜଣ, ସୋନପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୯୬ ଜଣ ଓ ଷ୍ଟେଟ ପୁଲରୁ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୨, ୪୮୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୬୭, ୧୦୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬,୩୦୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe