ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୨୨୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Advertisment

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, କଟକ ଜିଲ୍ଲାରୁ ଜଣେ ଓ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। କଟକ ଜିଲ୍ଲାରୁ ଜଣେ ୪୮ ବର୍ଷିୟ ପୁରୁଷଙ୍କର ମୃତ୍ୟୁ ଘଟିଛି। ଅପରପକ୍ଷରେ ଖୋର୍ଦ୍ଧାର ଜଣେ ୬୮ ବର୍ଷିୟ ପୁରୁଷଙ୍କର ପ୍ରାଣହାନି ଘଟିଛି। ଏଣେ ଭୁବନେଶ୍ୱରର ମୃତକଙ୍କ ଭିତରେ ଅଛନ୍ତି ୬୩, ୫୫ ଓ ୫୧ ବର୍ଷିୟ ପୁରୁଷ ଏବଂ ଜଣେ ୬୩ ବର୍ଷୀୟା ମହିଳା।
ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୩୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।