ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୭,୧୫୪କୁ ବୃଦ୍ଧି ପାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୮ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୮ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୧୮ ଜଣ ଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ୧୦ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ ଓ ଢେଙ୍କାନାଳରୁ ୬ ଜଣ ଆକ୍ରାନ୍ତ ଅଛନ୍ତି। ଅପରପକ୍ଷରେ ଭଦ୍ରକ ଏବଂ ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।
ଅପରପକ୍ଷରେ ଅନୁଗୁଳ ଜିଲ୍ଲାରୁ ୪ ଜଣ ମୃତକ ଅଛନ୍ତି। ଠିକ୍ ସେହିପରି, ବାଲେଶ୍ବର, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ କରୋନା ଆକ୍ରାନ୍ତଙ୍କ ପରଲୋକ ଘଟିଛି। ଏଣେ ଗଞ୍ଜାମ ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ଼ ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଥିବା ଜଣାଯାଇଛି।
ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୦୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୩୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୨୮ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୯୮, ୧୮୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୮୧, ୩୧୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୯, ୬୬୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁସଂଖ୍ୟା ୭,୧୫୪କୁ ବୃଦ୍ଧି
/sambad/media/post_attachments/wp-content/uploads/2021/08/Covid-Death-in-Odisha-on-17th-August_Thumbnail.jpg)