ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ କରୋନା ପଜିଟିଭ ଚିହ୍ନଟ, ୨ ଜଣ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ଗତକାଲି ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୫ଟି ଜିଲ୍ଲାରୁ ୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୫ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଗଞ୍ଜାମ ଓ ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୧ ଜଣ, ଗଞ୍ଜାମ ଜିଲ୍ଲାରୁ ୨ ଜଣ ଖୋର୍ଦ୍ଧା ଜିଲ୍ଲାରୁ ୧ ଜଣ ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୩୧୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୦୦୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୩୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର