ଟ୍ରକ୍ ଓ କାର୍ ମୁହାଁମୁହିଁ ଧକ୍କା: ଦୁଇଜଣଙ୍କର ମୃତ୍ୟୁ, ଜଣେ ଗୁରୁତର

ଯାଜପୁର: ଯାଜପୁର ଜିଲ୍ଲାର ପାଣିକୋଇଲି ଥାନା ଅଞ୍ଚଳରେ ଘଟିଛି ଏକ ମର୍ମନ୍ତୁଦ ଦୁର୍ଘଟଣା। ପାଣିକୋଇଲି ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ମକୁନ୍ଦବିନ୍ଧା ନିକଟରେ ଏକ ଟ୍ରକ୍ ଓ କାର୍ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଥିବାର ଜଣାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳ ପ୍ରାୟ ୯ଟା ସମୟରେ ଏହି ଦୁର୍ଘଟଣା ଘଟିଛି। କାର୍ (ଓଡି-୩୩ ଏମ୍ ୯୭୦୯) ବାଲେଶ୍ବର ପଟୁ କଟକ ଆଡ଼କୁ ଆସୁଥିବା ବେଳେ ଲୁହା ବୋଝେଇ ଟ୍ରକ୍ ( ଓଆର୍-୦୯ ପି-୪୫୭୨) ପାରାଦୀପରୁ କେଉଁଝରକୁ ଯାଉଥିବାର ସୂଚନା ମିଳିଛି। ଗୁରୁତର ଆହତ ବ୍ୟକ୍ତିଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିବା ଜଣାଯାଇଛି।

 

ସମ୍ବନ୍ଧିତ ଖବର