ମା’ ଓ ଝିଅଙ୍କ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଅଭିଯୋଗରେ ବ୍ରଜରାଜ ନଗରର ପୂର୍ବତନ ବିଧାୟକ ଅନୁପ କୁମାର ସାଏ ଗିରଫ

ମା’ ଓ ଝିଅଙ୍କ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଅଭିଯୋଗରେ ବ୍ରଜରାଜ ନଗରର ପୂର୍ବତନ ବିଧାୟକ ଅନୁପ କୁମାର ସାଏ ଗିରଫ

ଝାରସୁଗୁଡ଼ା: ରାଜ୍ୟ ପଣ୍ୟଗାର ନିଗମର ଅଧ୍ୟକ୍ଷ ତଥା ବ୍ରଜରାଜ ନଗରର ପୂର୍ବତନ ବିଧାୟକ ଅନୁପ କୁମାର ସାଏଙ୍କୁ ଛତିଶଗଡ଼ ପୁଲିସ୍ ଗିରଫ କରିଥିବା ଜଣାଯାଇଛି। ମିଳିଥିବା ସୂଚନା ଅନୁସାରେ ଛତିଶଗଡ଼ର ରାୟଗଡ଼ ଜିଲ୍ଲାର ଚକ୍ରଧରନଗର ଥାନା ପୁଲିସ୍ ଗତକାଲି ରାତି ପ୍ରାୟ ୯ଟା ୨୩ ମିନିଟ୍ ସମୟରେ ବ୍ରଜରାଜ ନଗରର ଶିରିଡ଼ିସାଇ ମନ୍ଦିର ନିକଟରୁ ଅନୁପ କୁମାର ସାଏଙ୍କୁ ଉଠାଇ ନେଇଥିଲା। ଅନୁପଙ୍କୁ ଏକ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଅଭିଯୋଗରେ ଉଠାଇ ନେଇ ପୁଲିସ୍ ପଚରାଉଚୁରା ପରେ ଗିରଫ କରିଥିବା ଜଣାଯାଇଛି।

publive-image
ସୂଚନାଯୋଗ୍ୟ, ୨୦୧୬ରେ ବ୍ରଜରାଜ ନଗରର ଜନୈକ ମହିଳା କଳ୍ପନା ଦାସ(୩୨) ଏବଂ ତାଙ୍କ ଝିଅ ବବଲି ଦାସ(୧୫)ଙ୍କୁ ହତ୍ୟା କରାଯାଇଥିଲା। ପରେ ଛତିଶଗଡ଼ର ରାୟଗଡ଼ ଜିଲ୍ଲାର ଏକ ଜଙ୍ଗଲରେ ପୁଲିସ୍ ଉଭୟଙ୍କର ଶବ ଜବତ କରିଥିଲା। ଏହାପରେ ତତକାଳୀନ ସ୍ଥାନୀୟ ବିଜେପି ବିଧାୟକ ରାଧାରାଣୀ ପଣ୍ଡା ବି ଏହି ଘଟଣାରେ ଅନୁପ କୁମାର ସାଏ ସମ୍ପୃକ୍ତ ଥିବା ଅଭିଯୋଗ ଆଣି ତାଙ୍କର ଗିରଫ ଦାବି କରିଥିଲେ।

ଉଲ୍ଲେଖଯୋଗ୍ୟ, ଅନୁପ କୁମାର ସାଏ ବ୍ରଜରାଜନଗର ନିର୍ବାଚନମଣ୍ଡଳୀରୁ ତିନି ଥର କଂଗ୍ରେସ ଟିକେଟରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପରେ ସେ କଂଗ୍ରେସ ଦଳ ଛାଡ଼ି ୨୦୧୪ରେ ବିଜେଡିରେ ଯୋଗ ଦେଇଥିଲେ । ସେ ଗତ ୨୦୧୪ ନିର୍ବାଚନରେ ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡାଙ୍କଠାରୁ ପରାସ୍ତ ହୋଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe