ଭୁବନେଶ୍ବର: କୁନ୍ନୁର ହେଲିକପ୍ଟର ଦୁର୍ଘଟଣାରେ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ ହେଲା। ସିଡିଏସ ବିପିନ ରାୱତ ଏବଂ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ସମେତ ୧୩ ଜଣଙ୍କ ବିୟୋଗରେ ଆଗତ ହେଲା ଶୋକ ପ୍ରସ୍ତାବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କଲେ। ଏହାକୁ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ସମର୍ଥନ ଜଣାଇଲେ।
ସିଡିଏସ୍ ବିପିନ ରାୱତ ଏବଂ ତାଙ୍କ ପତ୍ନୀ ମଧୁଲିକା ରାୱତ ଓ ଅନ୍ୟ ୧୧ ଜଣ ସେନା ଅଧିକାରୀଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ଜଣାଇ ବିଧାନସଭାକୁ ଅପରାହ୍ନ ୪ ଟା ପର୍ୟ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି। ଦିବଙ୍ଗତଙ୍କ ଆତ୍ମାଙ୍କୁ ସଦଗତି ପାଇଁ ଗୃହରେ ଗୋଟିଏ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/12/House_-750x430-1.jpg)