ମମିତା ମେହେର ହତ୍ୟା ପ୍ରତିବାଦରେ ବିଜେପି ପକ୍ଷରୁ ଜଗତସିଂହପୁର ଥାନା ଘେରାଉ

Advertisment
ମମିତା ମେହେର ହତ୍ୟା ପ୍ରତିବାଦରେ ବିଜେପି ପକ୍ଷରୁ ଜଗତସିଂହପୁର ଥାନା ଘେରାଉ

ଜଗତସିଂହପୁର: ମମିତା ମେହେର ହତ୍ୟା ପ୍ରତିବାଦରେ ଆଜି ଜଗତସିଂହପୁର ଜିଲ୍ଲା ବିଜେପି ପକ୍ଷରୁ ଜଗତସିଂହପୁର ଥାନା ଘେରାଉ କରାଯାଇଛି। ଶତାଧିକ ବିଜେପି ନେତା ଓ କର୍ମୀ ଜିଲ୍ଲା ବିଜେପି ସଭାପତି ସତ୍ୟବ୍ରତ ମହାପାତ୍ରଙ୍କ ନେତୃତ୍ୱରେ ସ୍ଥାନୀୟ ଶାରଦା ମଣ୍ଡପ ନିକଟରୁ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିଥିଲେ। ତାପରେ ଜଗତସିଂହପୁର ଥାନା ସମ୍ମୁଖରେ ପହଞ୍ଚି ବିଜେପି କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

ମମିତା ମେହେରଙ୍କ ପରିବାରକୁ ନ୍ୟାୟ ପ୍ରଦାନ ଓ ଏହି ହତ୍ୟାକାଣ୍ଡରେ  ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିଜେପି ପକ୍ଷରୁ ଏହି ଆନ୍ଦୋଳନ କରାଯାଉଛି। ମମିତା ପରିବାରକୁ ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି ରହିବ ବୋଲି ଦଳ ପକ୍ଷରୁ ଚେତାବନୀ ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe