ଘରେ ଘରେ ଯୋଦ୍ଧା ତିଆରି ହେବେ, ଏଣିକି ପିଲା ପଢ଼ିବେ ବିପର୍ଯ୍ୟୟ ମୁକାବିଲା

୩୬ ଘଣ୍ଟାରେ ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ; ଓଡ଼ିଶାରେ ପବନ କମ୍‌, ବର୍ଷା ଅଧିକ

Bengal Daily

ମୁଖ୍ୟମନ୍ତ୍ରୀଙ୍କଠୁ ୱାର୍ଡ ମେମ୍ବର ପର୍ଯ୍ୟନ୍ତ ସମସ୍ତେ ନେବେ ତାଲିମ
ପ୍ରାକୃତିକ ବିପର୍ଯ୍ୟୟ ଓ ମହାମାରୀ ପ୍ରତିରୋଧ ପାଇଁ ଟାସ୍କଫୋର୍ସ

ଭୁବନେଶ୍ବର : କରୋନା ମହାମାରୀ ଓ ବନ୍ୟା, ବାତ୍ୟା ଭଳି ମଣିଷ ସମାଜ ସାମ୍ନା କରୁଥିବା ସମସ୍ତ ପ୍ରାକୃତିକ ବିପର୍ଯ୍ୟୟକୁ ସର୍ବାଧିକ ଗୁରୁତ୍ବ ଦେବାକୁ ଯାଇ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାର ଏକ ବଡ଼ ସଂକଳ୍ପ ନେଇଛନ୍ତି। ଭବିଷ୍ୟତରେ ଯେକୌଣସି ବିପର୍ଯ୍ୟୟର ସମ୍ମୁଖୀନ ହେବା ପାଇଁ ଓଡିଶାର ଘରେ ଘରେ ଯୋଦ୍ଧା ସୃଷ୍ଟି କରାଯିବ ବୋଲି ନିଷ୍ପତ୍ତି ନେଇଛନ୍ତି। ପଞ୍ଚମ ପାଳିର ତୃତୀୟ ବର୍ଷର ପ୍ରଥମ ଦିନରୁ ଏହାର କାର୍ଯ୍ୟାନ୍ବୟନ ପ୍ରକ୍ରିୟା ଆରମ୍ଭ ହୋଇଛି। କେବଳ ସେତିକି ନୁହେଁ, ଏହି ମିସନକୁ ଆଗେଇ ନେଇ ଓଡିଶାକୁ ପ୍ରାକୃତିକ ବିପର୍ଯ୍ୟୟ ଓ ମହାମାରୀ ପ୍ରତିରୋଧୀ ରାଜ୍ୟ ଭାବରେ ଗଢିତୋଳିବା ପାଇଁ ଏକ ଟାସ୍କଫୋର୍ସ ଗଠନ କରାଯିବ। ଭବିଷ୍ୟତରେ ଯେକୌଣସି ଜରୁରୀ ପରିସ୍ଥିତି ପାଇଁ ଏହା ସର୍ବ ବୃହତ ପ୍ରସ୍ତୁତି ହେବ ବୋଲି ମୁଖ୍ୟମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଛନ୍ତି।

ଶନିବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲରେ ଅନୁଷ୍ଠିତ ମନ୍ତ୍ରୀ ପରିଷଦ ବୈଠକରେ ଏକ ବଡ଼ ସଂକଳ୍ପ ନିଆଯାଇଛି। ବର୍ତ୍ତମାନଠାରୁ ପ୍ରତି ହାଇସ୍କୁଲ ଓ କଲେଜ ଛାତ୍ରଛାତ୍ରୀମାନେ ମହାମାରୀ ପରିଚାଳନା ଠାରୁ ଆରମ୍ଭ କରି ପ୍ରାକୃତିକ ବିପର୍ଯ୍ୟୟ ପର୍ଯନ୍ତ ସବୁ ବିଷୟରେ ‌ଜ୍ଞାନ ଆହରଣ କରିବେ। ଏହା ସେମାନଙ୍କ ପାଠ୍ୟକ୍ରମର ଅଂଶବିଶେଷ ହେବ। ମହାମାରୀ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାର ବିଭିନ୍ନ ମୌଳିକ ଦିଗ ଉପରେ ପ୍ରତି ସରକାରୀ କର୍ମଚାରୀଙ୍କୁ ତାଲିମ ଦିଆଯିବ। ପ୍ରାକୃତିକ ବିପର୍ଯ୍ୟୟ ଓ ମହାମାରୀ ପରିଚାଳନା, ସରକାରୀ ଚାକିରୀ ଓ ନିଯୁକ୍ତି ପାଇଁ ଏକ ବାଧ୍ୟତାମୂଳକ ବିଷୟ ହେବ।

publive-image

ସରକାର ତାଙ୍କ ସଂକଳ୍ପରେ ଆହୁରି ସ୍ପଷ୍ଟ କରିଛନ୍ତି ଯେ ବିପର୍ଯ୍ୟୟ ସମୟରେ ନିର୍ବାଚିତ ପ୍ରତିନିଧିଙ୍କର ଭୂମିକା ସବୁଠାରୁ ଗୁରୁତ୍ବପୂର୍ଣ୍ଣ। ତେଣୁ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ୱାର୍ଡ ମେମ୍ବର ପର୍ଯ୍ୟନ୍ତ ସବୁ ନିର୍ବାଚିତ ପ୍ରତିନିଧି ବିପର୍ଯ୍ୟୟ ଓ ମହାମାରୀ ପରିଚାଳନା ବିଷୟରେ ତାଲିମ ନେବେ। ଏପରିକି ମିସନ ଶକ୍ତି ଗୋଷ୍ଠୀ, ବନ ସୁରକ୍ଷା ସମିତି ଓ ଅନ୍ୟ ଗୋଷ୍ଠୀଭିତ୍ତିକ ସଂଗଠନ ଗୁଡିକୁ ମଧ୍ୟ ଏ ସଂପର୍କରେ ତାଲିମ ଦିଆଯିବ।

ସେ ଜଣାଶୁଣା ହେଉ କି ଅଜଣା ଅଶୁଣା ସେସବୁ ପରିସ୍ଥିତିର କିପରି ସମ୍ମୁଖୀନ ହେବା ସେ ବିଷୟରେ ରାଜ୍ୟର ସମସ୍ତ ଲୋକଙ୍କୁ ପ୍ରସ୍ତୁତ କରିବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟ ମନ୍ତ୍ରୀ ପରିଷଦ ରାଜ୍ୟର ଜନସାଧାରଣଙ୍କୁ ବିପର୍ଯ୍ୟୟ ଓ ମହାମାରୀ ପରିଚାଳନା ସଂପର୍କରେ ଉପଯୁକ୍ତ ଜ୍ଞାନ ଓ ଦକ୍ଷତାରେ ସଶକ୍ତ କରିବା ପାଇଁ ସୁବ୍ୟବସ୍ଥିତ ତଥା ବିସ୍ତୃତ ତାଲିମ କାର୍ଯ୍ୟକ୍ରମ ଗ୍ରହଣ କରିବାକୁ ସଂକଳ୍ପ ପାରିତ କରିଛି। ଏହା ଓଡିଶାକୁ ବିପର୍ଯ୍ୟୟ ପରିଚାଳନାରେ ଏକ ଅଗ୍ରଣୀ ରାଜ୍ୟ ଭାବରେ ଗଢିତୋଳିବ। ସେ ଜୈବିକ ବା ଜଳବାୟୁ ଜନିତ ବିପର୍ଯ୍ୟୟ ହେଉ କି ଅନ୍ୟକିଛି, ତାର ମୁକାବିଲା ପାଇଁ ଓଡିଶାକୁ ଭବିଷ୍ୟତରେ ସବୁବେଳେ ପ୍ରସ୍ତୁତ ରଖିବା ହେଉଛି, ଏହାର ଆଭିମୁଖ୍ୟ।

publive-image The Hindu

ଗତ ଦୁଇ ଦଶନ୍ଧି ମଧ୍ୟରେ ବିପର୍ଯ୍ୟୟ ମୁକାବିଲାରେ ଓଡିଶାର ଦକ୍ଷତା ସଂପର୍କରେ ସାରା ବିଶ୍ବର ଦୃଷ୍ଟିଭଙ୍ଗୀ ବଦଳି ଯାଇଛି। ଦିନ ଥିଲା ଓଡ଼ିଶା ଦୟାର ପାତ୍ର ଥିଲା। ଆଜି ଓଡିଶା ବିପର୍ଯ୍ୟୟ ପରିଚାଳନାରେ ଏକ ମଡେଲ ହୋଇଛି ଏବଂ ସାରା ବିଶ୍ବରୁ ପ୍ରଶଂସା ସାଉଁଟିଛି। ‘ପ୍ରତ୍ୟେକ ଜୀବନ ମୂଲ୍ୟବାନ’। ଏହା ହିଁ ହେଉଛି ଏହି ପରିବର୍ତ୍ତନର ମୁଖ୍ୟ ଆଧାର। ବିପର୍ଯ୍ୟୟ ପରିଚାଳନାରେ ଗୋଷ୍ଠୀ ସଂପୃକ୍ତି ଓଡ଼ିଶା ସଫଳତାର ମନ୍ତ୍ର ବୋଲି ନବୀନ ସଙ୍କେତ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଲେ ଯେ କୋଭିଡ-୧୯ ଆମ ସମସ୍ତଙ୍କ ପାଇଁ ଏକ ନୂଆ ବାସ୍ତବତା। ବାତ୍ୟା ଆସେ ଏବଂ ଯାଏ। କିନ୍ତୁ ଏହି ମହାମାରୀ ମାନବ ଜାତି ପାଇଁ ସଙ୍କଟର ଦୁଇଟି ନୂଆ ଦିଗ ଆଣିଛି। ଗୋଟିଏ ଦିଗ ହେଉଛି – ଏହି ସଙ୍କଟ କେତେବେଳେ ଆସିବ, କେତେବେଳେ ଯିବ, କେହି କହିପାରିବେ ନାହିଁ। ଦ୍ବିତୀୟଟି ହେଉଛି – ଏହି ସଙ୍କଟଟି କେତେବେଳେ କି ପ୍ରକାର ରୂପ ନେବ, ତାହା ମଧ୍ୟ ଆକଳନ କରିବା ଅସମ୍ଭବ। ଏଣୁ ରାଜ୍ୟରେ ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟରେ ଏ ସଂକ୍ରାନ୍ତ ଜ୍ଞାନର ଏକ ବିସ୍ତୃତ ଭିତ୍ତିଭୂମି ପ୍ରସ୍ତୁତ କରିବା ଲାଗି ସରକାର ଏଭଳି ପଦକ୍ଷେପ ନେଇଥିବା କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe