ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ

Advertisment
ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଗୁରୁବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ଭେଟିଛନ୍ତି। ତିନିଦିନିଆ ଦିଲ୍ଲୀ ଗସ୍ତର ଦ୍ବିତୀୟ ଦିନରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଓ ତାଙ୍କର ୨ ଉପମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିବା ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।

ଏହା ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ସାକ୍ଷାତ କରିଥିଲେ। ସେହିପରି ଏହି ତିନି ଜଣ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତରମଣଙ୍କୁ ମଧ୍ୟ ଭେଟିଥିଲେ।

ମୋଦୀ ଗ୍ୟାରେଂଟିକୁ କିଭଳି ରାଜ୍ୟରେ ଉପଯୋଗ କରାଯାଇ ପାରିବ ଏବଂ ଓଡ଼ିଶା ଦେଶର ଏକ ନମ୍ବର ରାଜ୍ୟ ହେବ ସେନେଇ ପ୍ରସ୍ତୁତି କରିବ ରାଜ୍ୟ ୟୁନିଟ। ଗୃହମନ୍ତ୍ରୀ ଅମିତ୍ ଶାହା ଏବଂ ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି। ନିର୍ବାଚନ ସମୟରେ ପ୍ରଧାନମନ୍ତ୍ରୀ ନିଜେ ସଭା ମଂଚରୁ ଏକାଧିକ ଗ୍ୟାରେଂଟି ଦେଇଥିଲେ। ବିଜେପି ସରକାର ଆସିଲେ ବିକଶିତ ଓଡିଶା ଗଢ଼ିବାର ପ୍ରତିଶ୍ରୁତି ଦେଇଥିଲେ। ତେଣୁ ସେଗୁଡିକ କେମିତି କାର୍ଯ୍ୟକାରୀ ହେବ, ସେ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିପାରନ୍ତି ମୁଖ୍ୟମନ୍ତ୍ରୀ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe