ବିଜେଡିର ସମସ୍ତ ନେତା, କର୍ମୀଙ୍କୁ ଧନ୍ୟବାଦ ଜଣାଉଛି: ମୁଖ୍ୟମନ୍ତ୍ରୀ

Advertisment
ବିଜେଡିର ସମସ୍ତ ନେତା, କର୍ମୀଙ୍କୁ ଧନ୍ୟବାଦ ଜଣାଉଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶାରେ ଲୋକସଭା ଓ ବିଧାନସଭା ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଦଳମତ ନିର୍ବିଶେଷରେ ବିଜୟୀ ସମସ୍ତ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବିଜୁ ଜନତା ଦଳର ସମସ୍ତ କର୍ମୀ ଓ ନେତାଙ୍କ ନିଷ୍ଠାପର ଉଦ୍ୟମ ଓ ତ୍ୟାଗ ପ୍ରତି ମୋର ସମ୍ମାନ ଓ ଧନ୍ୟବାଦ ଜଣାଉଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳି ନିର୍ବାଚନ ମଣ୍ଡଳୀରୁ ୪୬୩୬ ଖଣ୍ଡ ଭୋଟ୍‌ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ତାଙ୍କୁ ୬୬,୪୫୯ ଖଣ୍ଡ ଭୋଟ୍‌ ମିଳିଥିବା ବେଳେ ନିକଟତମ ପ୍ରାର୍ଥୀ ଶିଶିର କୁମାର ମିଶ୍ରଙ୍କୁ ୬୧,୮୨୩ ଖଣ୍ଡ ଭୋଟ୍‌ ମିଳିଛି। କିନ୍ତୁ କଣ୍ଟାବାଞ୍ଜିରେ ନବୀନ ପଟ୍ଟନାୟକ ୧୬,୩୨୧ ଖଣ୍ଡ ଭୋଟ୍‌ ବ୍ୟବଧାନରେ ପରାସ୍ତ ହୋଇଛନ୍ତି। ତାଙ୍କୁ ୭୪,୨୭୩ ଖଣ୍ଡ ଭୋଟ୍‌ ମିଳିଛି। ଏଠାରେ ବିଜୟୀ ପ୍ରାର୍ଥୀ ଲକ୍ଷ୍ମଣ ବାଗଙ୍କୁ ୯୦,୫୯୪ ଖଣ୍ଡ ଭୋଟ୍‌ ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe