ନୂଆଦିଲ୍ଲୀ: ଦେଶରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦ହଜାର ଉପରେ ରହୁଛି। ଗତକାଲି ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୫ହଜାର ପାଖାପାଖି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୨୪ଘଣ୍ଟା ମଧ୍ୟରେ ୭୪ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଗତ ୨୪ଘଣ୍ଟାରେ ୭୪,୪୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୦୩ଜଣ ମୃତ୍ୟୁବରଣ କରିଛନ୍ତି। ଏହା ସହ ୨୪ଘଣ୍ଟାରେ ୭୬,୭୩୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂତନ ମୃତ୍ୟୁସଂଖ୍ୟାକୁ ମିଶାଇ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୨୬୮୫ରେ ପହଞ୍ଚିଛି।
ଅକ୍ଟୋବର ୫ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୬୬,୨୩,୮୧୫ ଜଣ କରୋନା ଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୫୫୮୬୭୦୩ ଜଣ ସୁସ୍ଥ ହୋଇଛନ୍ତି। ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ୭୪,୪୪୨ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯୩୪୪୨୭ ରହିଛି।
/sambad/media/post_attachments/dbc8d05a8adc8908079273a839dcd07250ac19fa7c7072004755ec9ed92ddc6f.jpg) The Economic Times
 The Economic Timesଦେଶରେ ବର୍ତ୍ତମାନ ମୃତ୍ୟୁହାର ୧.୫୫ ପ୍ରତିଶତ ରହିଥିବା ବେଳେ ସୁସ୍ଥତା ହାର ୮୪.୩୪ ପ୍ରତିଶତ ରହିଛି। ସାରା ବିଶ୍ବରେ ଭାରତର ସୁସ୍ଥତାର ହାର ଏବେ ସବୁଠାରୁ ଅଧିକ ରହିଛି। ତା’ ପଛକୁ ରହିଛି ଆମେରିକା। ଆମେରିକାରେ ଏଯାବତ୍ ୪୮୪୯୦୩୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp) 
   Follow Us
 Follow Us/sambad/media/post_attachments/wp-content/uploads/2020/10/Corona-in-India-on-5th-October_Thumbnail.jpg)