ଗତ ୨୪ଘଣ୍ଟାରେ ଦେଶରେ ୨୫,୪୬୭ କରୋନା ଆକ୍ରାନ୍ତ ଚିହ୍ନଟ, ୩୫୪ମୃତ

ନୂଆଦିଲ୍ଲୀ: ଦେଶରେ ଏବେ କରୋନା ସଂକ୍ରମଣ ସ୍ଥିର ରହିଛି। ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି। ଆଜି ସଂକ୍ରମଣ ସଂଖ୍ୟା ୨୫,୦୦୦ପାର କରିଥିବା ବେ‌ଳେ ମୃତ୍ୟୁସଂଖ୍ୟା ୩୦୦ଟପିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୫,୪୬୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୫୪ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୨୪,୭୪,୭୭୩ ଓ ମୃତ୍ୟୁସଂଖ୍ୟା ୪,୩୫,୧୧୦ ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୯,୪୮୬ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୩,୧୭,୨୦,୧୧୨ରେ ପହଞ୍ଚିଛି।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୧୯,୫୫୧ ।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତ ୨୪ଘଣ୍ଟାରେ ୬୩,୮୫,୨୯୮ ଜଣଙ୍କୁ ଟିକା ଦିଆଯାଇଛି। ଏହାକୁ ମିଶାଇ ଏପର୍ଯ୍ୟନ୍ତ ମୋଟ ୫୮,୮୯,୯୭,୮୦୫ ଜଣଙ୍କୁ ଟିକା ଦିଆଯାଇସାରିଛି।

ସମ୍ବନ୍ଧିତ ଖବର