କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦର ପରିସରରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦର ପରିସରରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ଝାରସୁଗୁଡ଼ା: ଝାରସୁଗୁଡ଼ାର ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦର ପରିସରରେ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି। ଆଜି ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଅବସରରେ ବିମାନ ବନ୍ଦର ପରିସରରେ ଏହି ୧୪ ଫୁଟ ଉଚ୍ଚତା ବିଶିଷ୍ଟ ମୂର୍ତ୍ତି ଉନ୍ମୋଚିତ ହୋଇଛି। ଦିଲ୍ଲୀ ଗାଜିଆବାଦ ରେ ଏହି ମୂର୍ତ୍ତି ନିର୍ମାଣ ହୋଇଛି। ଏମ୍ ସି ଏଲ ପକ୍ଷରୁ ୬୦ ଲକ୍ଷ ଟଙ୍କା ଵ୍ୟୟରେ ଏହି ମୂର୍ତ୍ତି ନିର୍ମାଣ କରାଯାଇଛି।

publive-image

ଏହି ସଭାରେ ମନ୍ତ୍ରୀ ଶ୍ରୀ ପ୍ରଧାନ ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ଖିଣ୍ଡାକୁ ଏକ ପର୍ଯ୍ୟଟନ ସ୍ଥଳୀ କରାଯିବ ବୋଲି କହିଥିଲେ। ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ, ବରଗଡ ସାଂସଦ ସୁରେଶ ପୂଜାରୀ, ସମ୍ବଲପୁର ସାଂସଦ ନିତେଶ ଗଙ୍ଗଦେଵ, ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି, ତଲସରା ବିଧାୟକ ଭବାନୀ ଭୋଇ, ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ, ବୀରମିତ୍ରପୁର ବିଧାୟକ ଶଙ୍କର ଓରାମ, ରେଙ୍ଗାଲି ବିଧାୟକ ନାଉରି ନାୟକ, ଲୋଇସିଂହା ବିଧାୟକ ମୁକେଶ ମହାଳିକଙ୍କ ସମେତ ବିମାନବନ୍ଦର ନିର୍ଦେଶକ କିଶୋର ସେନାପତି, ଏମସିଏଲର ବୈଷୟିକ ନିର୍ଦେଶକ ଓ.ପି. ସିଂହ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାପାଳ ସରୋଜ ସାମଲ, ଏସପି ବିକାଶ ଦାଶ ପ୍ରମୁଖ ମଧ୍ୟ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe