ହିଟୱେଭ୍ ଜାରି ରହିବ: ଗୁରୁବାର ୧୦ ଜିଲ୍ଲାକୁ ଅରେଞ୍ଜ ଓ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ଲହରୀ ଜାରି ରହିଥିବାବେଳେ ବୁଧବାର ଅପରାହ୍ନରେ ହୋଇଥିବା କାଳବୈଶାଖୀ ସାମାନ୍ୟ ଆଶ୍ୱସ୍ତି ଆଣି ଦେଇଛି। କିନ୍ତୁ ଗୁରୁବାର ମଧ୍ୟ ଖରା ପ୍ରକୋପ ଜାରି ରହିବ। ହିଟୱେଭ୍ ନେଇ ଗୁରୁବାର ୧୦ ଜିଲ୍ଲାକୁ ଅରେଞ୍ଜ ଓ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗର କେନ୍ଦ୍ର ପୂର୍ବାନୁମାନ ଅନୁସାରେ ନୟାଗଡ଼, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର ଓ ଝାରସୁଗୁଡ଼ାରେ ଟାଣ ଖରା ହେବ। ଏଥିପାଇଁ ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୧ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଶୁକ୍ରବାର ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ମେ’ ୫ ତାରିଖ ପରେ ରାଜ୍ୟରେ ଦିନ ତାପମାତ୍ରା ୨ରୁ ୫ଡିଗ୍ରୀ ସେଲସିୟସ୍ ଖସିପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ସମ୍ବନ୍ଧିତ ଖବର