ଭୁବନେଶ୍ବର: ଦକ୍ଷିଣ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ବୁଧବାର ପୂର୍ବାହ୍ଣ ସୁଦ୍ଧା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଅନୁଗୁଳ, ଢେଙ୍କାନାଳ, କଟକ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, ବାଲେଶ୍ବର, ବରଗଡ଼ ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପରବର୍ତ୍ତୀ ୨୪ ଘଣ୍ଟାରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ତାହାକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯିବା ସହ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି। ୨୩ ତାରିଖଠାରୁ ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ପୁଣିଥରେ ବର୍ଷା ପରିମାଣ ବଢ଼ିବାର ସମ୍ଭାବନା ରହିଛି।