‘ଟ୍ରେନରୁ କେନ୍ଦ୍ରମନ୍ତ୍ରୀ ନିଖୋଜ’ ଖବରରେ ପୂର୍ଣ୍ଣଚ୍ଛେଦ ଟାଣିଲେ ଜୁଏଲ ଓରାମ: କହିଲେ ମୁଁ ସୁସ୍ଥ ଅଛି, ସ୍ବାସ୍ଥ୍ୟକୁ ନେଇ ଗୁଜବ ସମ୍ପୂର୍ଣ୍ଣ ଭିତ୍ତିହୀନ...

କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ୍ ଶନିବାର ଗୋଡୱାନା ଏକ୍ସପ୍ରେସରେ ଦିଲ୍ଲୀରୁ ଜବଲପୁର ଯାଉଥିବା ବେଳେ ହଠାତ୍ ଟ୍ରେନରୁ ଗାଏବ ହୋଇଯାଇଥିବା ଏବଂ ତାଙ୍କ ସୁଗାର କମ୍ ହୋଇଯିବାରୁ ଟ୍ରେନରେ ଚଢିବା ବେଳେ ପଡିଯାଇ ଆହତ ହୋଇଥିବା ଖବର ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହୋଇଥିଲା।

ଅଦ୍ୟତନ ହୋଇଛି
ju

Photograph: (Sambad.in)

ନୂଆଦିଲ୍ଲୀ: 'ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ମୋ ସ୍ବାସ୍ଥ୍ୟକୁ ନେଇ ହୋଇଥିବା ଗୁଜବ ସମ୍ପୂର୍ଣ୍ଣ ଭିତ୍ତିହୀନ ଏବଂ ଭ୍ରମାତ୍ମକ। ମୁଁ ସମସ୍ତଙ୍କୁ ସତ୍ୟ ଆଧାରିତ ତଥ୍ୟ ଉପରେ ଧ୍ୟାନ ଦେବାକୁ ଅନୁରୋଧ କରୁଛି ଏବଂ ମୁଁ ମୋ କାମ ପ୍ରତି ପୂରାପୂରି ସମର୍ପିତ ଅଛି...' କହି ଚଳନ୍ତା ଟ୍ରେନରୁ କେନ୍ଦ୍ରମନ୍ତ୍ରୀ ନିଖୋଜ ହୋଇଥିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ଜୁଏଲ ଓରାମ। 

ଏହି ନିଖୋଜ ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ପ୍ରତିକ୍ରିୟା ରଖିଛନ୍ତି। ନିଜ ସୋସିଆଲ ମିଡିଆ ଏକ୍ସ ଏବଂ ଫେସବୁକରେ ପୋଷ୍ଟ କରି ସେ କହିଛନ୍ତି, ମୁଁ ସୁସ୍ଥ ଅଛି। 

ଏହି ଖବର ପଢ଼ନ୍ତୁ: କୁଆଡ଼େ ଗଲେ କେନ୍ଦ୍ରମନ୍ତ୍ରୀ ? ଟ୍ରେନରେ ବସିଥିଲେ

ତେବେ କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ୍ ଶନିବାର ଗୋଡୱାନା ଏକ୍ସପ୍ରେସରେ ଦିଲ୍ଲୀରୁ ଜବଲପୁର ଯାଉଥିବା ବେଳେ ହଠାତ୍ ଟ୍ରେନରୁ ଗାଏବ ହୋଇଯାଇଥିବା ଏବଂ ତାଙ୍କ ସୁଗାର କମ୍ ହୋଇଯିବାରୁ ଟ୍ରେନରେ ଚଢିବା ବେଳେ ପଡିଯାଇ ଆହତ ହୋଇଥିବା ଖବର ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହୋଇଥିଲା। କେନ୍ଦ୍ରମନ୍ତ୍ରୀଙ୍କ ଏହି ନିଖୋଜ ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଶେଷରେ ପ୍ରତିକ୍ରିୟା ରଖିଛନ୍ତି ଖୋଦ୍ ଜୁଏଲ ଓରାମ। ନିଜ ସୋସିଆଲ ମିଡିଆ ଏକ୍ସ ଏବଂ ଫେସବୁକରେ ପୋଷ୍ଟ କରି ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଏବଂ ସେ ଜବଲପୁରରେ କାର୍ଯ୍ୟକ୍ରମ ସାରି ଗତକାଲି ରାତିରେ ଦିଲ୍ଲୀ ଫେରିଆସି ନିଜ ବିଭାଗର ଗୁରୁତ୍ବପୂର୍ଣ୍ଣ ବୈଠକରେ ସାମିଲ ହୋଇଥିବା ସୂଚନା ଦେଇଛନ୍ତି। 

Juel Orma

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe