ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ନୂଆ ୨୪୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୪୧ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୪ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି।
ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୩୯୬ରେ ପହଞ୍ଚିଛି। ଏବେ ବି ସକ୍ରିୟ ଅଛନ୍ତି ୨୧୬୩ ଜଣ। ଏବେ ସୁଦ୍ଧା ରାଜ୍ୟରୁ ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୨୭ ହଜାର ୨୯୦ ଜଣ। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

publive-image

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୦ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୧୬, ବରଗଡ଼ରୁ ୧୩, ବଲାଙ୍ଗୀର ଜିଲ୍ଲାରୁ ୪୦ ଜଣ, ଭଦ୍ରକରୁ ୩, ବୌଦ୍ଧରୁ ୨, କଟକରୁ ୫, ଦେବଗଡ଼ରୁ ୩, ଢେଙ୍କାନାଳରୁ ଜଣେ, ଯାଜପୁରରୁ ୧୨, ଝାରସୁଗୁଡ଼ାରୁ ୧୬, କେନ୍ଦ୍ରାପଡ଼ାରୁ ୫, କେନ୍ଦୁଝରରୁ ୧୦, ଖୋର୍ଦ୍ଧାରୁ ୨୫, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୧୪, ନୟାଗଡ଼ରୁ ୨, ନୂଆପଡ଼ାରୁ ୭, ପୁରୀରୁ ୬, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୩, ସୋନପୁରରୁ ୪ ଓ ସୁନ୍ଦରଗଡ଼ରୁ ୨୯ ଜଣ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଷ୍ଟେଟପୁଲରୁ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଏପଟେ ରାଜ୍ୟରେ କରୋନାରେ ୨ଜଣଙ୍କର ମୃତ୍ୟୁ ହୋଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।