ଜନଜାତିଙ୍କ ବିକାଶରେ ନୂଆ ମାଇଲଷ୍ଟୋନ ସୃଷ୍ଟି ହେବ: ମୁଖ୍ୟମନ୍ତ୍ରୀ

Advertisment

ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ: ମୁଖ୍ୟମନ୍ତ୍ରୀ କହିଲେ ଜଙ୍ଗଲ ଜମି ଉପରେ ସମସ୍ତ ଯୋଗ୍ୟ ବ୍ୟକ୍ତିଗତ ଓ ଗୋଷ୍ଠୀଗତ ଅଧିକାର ସୁନିଶ୍ଟିତ ହେବ

ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ: ମୁଖ୍ୟମନ୍ତ୍ରୀ କହିଲେ ଜଙ୍ଗଲ ଜମି ଉପରେ ସମସ୍ତ ଯୋଗ୍ୟ ବ୍ୟକ୍ତିଗତ ଓ ଗୋଷ୍ଠୀଗତ ଅଧିକାର ସୁନିଶ୍ଟିତ ହେବ

ଅଗ୍ରିଆ ସମାଜ ପାଇଁ ଅଧ ଏକର ଜମି ଓ ତିନି କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ବିଶ୍ଵ ଦେଶଜ ଅଧିବାସୀ  ଦିବସ  ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ କରିଛନ୍ତି । ସମସ୍ତଙ୍କ ସହଯୋଗରେ ଜନଜାତି ମାନଙ୍କ ବିକାଶ କ୍ଷେତ୍ରରେ ଏହି ଯୋଜନା ଦ୍ବାରା ଏକ ମାଇଲଷ୍ଟୋନ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ଜଙ୍ଗଲ ଜମି ଉପରେ ସମସ୍ତ ଯୋଗ୍ୟ ବ୍ୟକ୍ତିଗତ ଓ ଗୋଷ୍ଠୀଗତ ଅଧିକାରକୁ ସୁନିଶ୍ଟିତ କରିବା ଏହି ଯୋଜନାର ଲକ୍ଷ୍ୟ । ଏହାସହିତ ସମସ୍ତ ଉନ୍ନୟନମୂଳକ କାର୍ଯ୍ୟକ୍ରମ ଗୁଡିକୁ ଏହି ଯୋଜନା ସହିତ ଯୋଡି ଜନଜାତି ମାନଙ୍କ ଜୀବିକାରେ ସ୍ଥାୟିତ୍ବ ସୃଷ୍ଟି କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ। ସର୍ଭେ ହୋଇ ନ ଥିବା ଜଙ୍ଗଲ ଗାଁ ଗୁଡିକୁ ରାଜସ୍ବ ଗ୍ରାମର ମାନ୍ୟତା ପ୍ରଦାନ କରାଯିବ।
ଏହି ଅବସରରେ ଉପସ୍ଥିତ ଅଧିକାରୀ ଓ ଜନଜାତି ଭାଇଭଉଣୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି ଯୋଜନାରେ ସମସ୍ତ ଯୋଗ୍ୟ ହିତାଧିକାରୀ ମାନଙ୍କ ପାଖରେ ପହଞ୍ଚିବା ଆମର ଲକ୍ଷ୍ୟ। କେହି ଜଣେ ବି ଯୋଗ୍ୟ ବ୍ୟକ୍ତି ଯେପରି ବଞ୍ଚିତ ନ ହେବ, ତାକୁ ସୁନିଶ୍ଟିତ କରିବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି ସେ କହିଥିଲେ । ଏହି ଯୋଜନା ଏକ ଭଲ ଯୋଜନା ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଜଙ୍ଗଲ ସଂପଦର ନିରନ୍ତର ବିକାଶ ଦିଗରେ ଜନଜାତି ମାନଙ୍କର ଅବଦାନକୁ ସ୍ବୀକୃତି ପ୍ରଦାନ କରିବା ଏହି ଯୋଜନାର ଲକ୍ଷ୍ୟ । ଜଳବାୟୁ ପରିବର୍ତ୍ତନ ଓ ଜନଜାତି ମାନଙ୍କ ଅର୍ଥନୀତି ଓ ଜୀବିକାରେ ସ୍ଥାୟିତ୍ବ ଆଣିବାରେ ମଧ୍ୟ ଏହା ସହାୟକ ହେବ ବୋଲି ସେ କହିଥିଲେ । ଜଙ୍ଗଲ ଜମି ଅଧିକାର ପ୍ରଦାନରେ ଓଡିଶା ଏକ ଆଗୁଆ ରାଜ୍ୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏପର୍ଯ୍ୟନ୍ତ ୪ ଲକ୍ଷ ୫୦ ହଜାର ଜନଜାତି ଓ ବନବାସୀ ପରିବାରକୁ ଜଙ୍ଗଲ ଜମି ଉପରେ ସତ୍ତ୍ବ ପ୍ରଦାନ କରାଯାଇଛି । ସେହିପରି ୪ ହଜାରରୁ ଅଧିକ ଗ୍ରାମସଭାକୁ ଗୋଷ୍ଠି ଅଧିକାର ଦିଆଯାଇଛି ବୋଲି ସେ କହିଥିଲେ । ଏହାସହିତ ସର୍ଭେ ହୋଇ ନଥିବା ଜଙ୍ଗଲ ଗାଁ ଗୁଡିକୁ ମଧ୍ୟ ରାଜସ୍ବ ଗ୍ରାମର ମାନ୍ୟତା ଦେବା ପାଇଁ ପ୍ରକ୍ରିୟା ଜାରି ରହିଛି ବୋଲି ସେ କହିଥିଲେ ।
ପ୍ରଥମରୁ ତାଙ୍କ ସରକାର ଜନଜାତି ମାନଙ୍କ କଲ୍ୟାଣ ପାଇଁ ପ୍ରତିବଦ୍ଧ ବୋଲି ପ୍ରକାଶ କରି ସେ କହିଥିଲେ ଯେ ୨୦୦୦ ମସିହାରେ ତାଙ୍କ ସରକାର ଯେତେବେଳେ ପ୍ରଥମେ ଓଡିଶାରେ ସେବାର ଦାୟିତ୍ବ ଗ୍ରହଣ କଲା, ସେତେବେଳେ ତାଙ୍କ ସରକାରର ପ୍ରଥମ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଥିଲା ପଞ୍ଚାୟତ ମାନଙ୍କୁ ଲଘୁ ବନଜାତ ଦ୍ରବ୍ୟର ସଂଗ୍ରହ ଅଧିକାର ପ୍ରଦାନ।  ଆଜି ଏ ଦିଗରେ ଅନେକ କାମ ହୋଇଛି । ଜନଜାତି ମାନଙ୍କ ଶିକ୍ଷା, ସ୍ବାସ୍ଥ୍ୟ ଏବଂ ବିଭିନ୍ନ କ୍ଷେତ୍ରରେ ଉନ୍ନତି ହେବା ସହିତ ସେମାନେ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠା ମଧ୍ୟ ଅର୍ଜନ କରିପାରିଛନ୍ତି ।
ଅନୁସୂଚିତ ଜାତି ଜନଜାତି ଉନ୍ନୟନ ବିଭାଗ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା କହିଲେ ଯେ ଏହି ଯୋଜନା ଦ୍ବାରା ଜଙ୍ଗଲ ଜମିର ପରିଚାଳକ ଭାବରେ ଜନଜାତି ମାନଙ୍କ ଅଧିକାରକୁ ସ୍ବୀକୃତି ଦେବା ଏହି ଯୋଜନାର ଲକ୍ଷ୍ୟ । ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ପ୍ରକ୍ରିୟା ତ୍ବରାନ୍ବିତ କରାଯାଇ ଯୋଗ୍ୟ ବ୍ୟକ୍ତି ମାନଙ୍କୁ ଅଧିକାର ପ୍ରଦାନ କରିବା ପଦକ୍ଷେପ ନିଆଯାଇଛି।
ଉନ୍ନୟନ କମିସନର ଶ୍ରୀମତୀ ଅନୁ ଗର୍ଗ କହିଲେ ଯେ ଜଙ୍ଗଲ ଜମି ଉପରେ ଅଧିକାର ପ୍ରଦାନ ଓଡିଶା ସରକାରଙ୍କ ଏକ ପ୍ରମୁଖ ସଫଳତା। ଏହି ନୂଆ ଯୋଜନା ଦ୍ବାରା ସେମାନଙ୍କ ସାଂସ୍କୃତିକ ବିବିଧତାର ସୁରକ୍ଷା ସହିତ ସବୁ ବିକାଶମୂଳକ ଯୋଜନାରେ ଜନଜାତି ମାନଙ୍କୁ ସାମିଲ କରିବା ପାଇଁ ଏହି ଯୋଜନାରେ ବ୍ୟବସ୍ଥା କରାଯାଇଛି।
ଏହି ଯୋଜନାରେ ସାମିଲ ହୋଇଥିବା ବିଭିନ୍ନ ହିତାଧିକାରୀଙ୍କ ମଧ୍ୟରେ ମୟୁରଭଞ୍ଜର ଶ୍ର କପୁର ମାର୍ଣ୍ଡି, କନ୍ଧମାଳର ଶ୍ରୀ ନରେନ୍ଦ୍ର ମଲ୍ଲିକ ଓ ରାୟଗଡାର ଶ୍ରୀ ସୁରେଶ ଚନ୍ଦ୍ର ୱାଡାକା ପ୍ରମୁଖ ୩ ଜଣ ହିତାଧିକାରୀ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଡି ହୋଇ ମୁଖ୍ୟମନ୍ତ୍ରୀଙ୍କୁ  ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରିଥିଲେ। ଜଙ୍ଗଲ ଜମି ଉପରେ ଅଧିକାର ପାଇବା ଦ୍ବାରା ସେମାନେ କିପରି ପନିପରିବା, ଫଳଚାଷ ଓ ଅନ୍ୟାନ୍ୟ ଜୀବିକା କାର୍ଯ୍ୟକ୍ରମରେ ସାମିଲ ହୋଇ ସେମାନଙ୍କର ପରିବାରର ପ୍ରତିପୋଷଣ କରିବା ସହିତ ପିଲାମାନଙ୍କୁ ମଧ୍ୟ ଶିକ୍ଷା ଦେଇପାରୁଛନ୍ତି ବୋଲି ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ରାଜସ୍ବ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ୟୁଏନ୍‌ଡିପି, ବେସରକାରୀ ଅନୁଷ୍ଠାନ ବସୁନ୍ଧରା, ପ୍ରଦାନ ଆଦି ସଂସ୍ଥାର ପ୍ରତିନିଧି ଏବଂ ବିଭିନ୍ନ ଜିଲ୍ଲାର ଜନଜାତି ହିତାଧିକାରୀମାନେ ଉପସ୍ଥିତ ଥିଲେ।  ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର କମିସନର-ତଥା-ଶାସନ ସଚିବ  ରୂପାରୋଶନ ସାହୁ ସ୍ବାଗତ ଭାଷଣ ଦେଇଥିଲେ ଓ ଅନୁସୂଚିତ ଜନଜାତି ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣୀ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe