ପୁରୀ: ପିପିଲି ଉପନିର୍ବାଚନର ଭୋଟ୍ ଗଣତିରେ ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୧୪୦୬ ଖଣ୍ଡ ଭୋଟ୍ରେ ଆଗୁଆ ଥିବା ସୂଚନା ରହିଛି। ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିକୁ ୪୦୫୫, ବିଜେପିକୁ ୨୬୪୯ ଓ କଂଗ୍ରେସକୁ ୭୬୬ ଖଣ୍ଡ ଭୋଟ୍ ମିଳିଛି।

Advertisment

ସୂଚନାଯୋଗ୍ୟ, ପିପିଲି ଉପନିର୍ବାଚନ ଭୋଟ୍ ଗଣତି ପୁରୀ ପେଣ୍ଠକଟା ଗଣତି କେନ୍ଦ୍ରରେ ଜାରି ରହିଛି। ଏଥିଲାଗି ସକାଳ ୮ଟାରୁ ପୋଷ୍ଟାଲ ବାଲାଟ ଗଣତି ଆରମ୍ଭ ହୋଇଥିବା ବେଳେ, ୮ଟା ୩୦ରୁ ଇଭିଏମ ଭୋଟ ଗଣତି ଆରମ୍ଭ ହୋଇଥିଲା। ଗୋଟିଏ ହଲରେ ପୋଷ୍ଟାଲ ବାଲଟ୍ ଗଣତି ହୋଇଛି।ଦୁଇଟି ହଲ୍ରେ ଇଭିଏମ୍ ବାଲଟ୍ ଗଣତି ଚାଲିଛି। ଇଭିଏମ୍ ପାଇଁ ଗୋଟିଏ ହଲରେ ୭ଟି ଲେଖାଏଁ ଟେବୁଲ୍ ପଡ଼ିଛି। ସେହି ହିସାବରେ ଦୁଇଟି ହଲରେ ୧୪ଟି ଟେବୁଲ ପଡ଼ିଛି। ଭୋଟ୍ ଗଣତି କରିବାକୁ ୬୨ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଗଣତି ଟେବୁଲ୍ ନିକଟରେ ପ୍ରାର୍ଥୀମାନେ ସେମାନଙ୍କ ଏଜେଣ୍ଟ ରହିଛନ୍ତି।

ଏଠାରେ  ବିଜେଡିର ରୁଦ୍ର ପ୍ରତାପ ମହାରଥୀ, ବିଜେପିର ଆଶ୍ରିତ ପଟ୍ଟନାୟକ ଓ କଂଗ୍ରେସର ବିଶ୍ୱକେଶନ ହରିଚନ୍ଦନଙ୍କ ମଧ୍ୟରେ ଟକ୍କର ହେଉଥିବା ବେଳେ କିଏ ମାରିବ ମାରିବ ବାଜି, ରହିଛି ସମସ୍ତଙ୍କ ନଜର।