ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୩୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ, ୫ ମୃତ

Advertisment
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୩୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ, ୫ ମୃତ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୩୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୧୫ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୧୬୨ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୦ ହଜାର ୨୯୪ ଛୁଇଁଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୧୪ ହଜାର ୨୩ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୪୫୫୮ ଜଣ। ଏସବୁ ତଥ୍ୟ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଛି।

ଆଜି ଅନୁଗୁଳ ଜିଲ୍ଲାରୁ ୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ବାଲେଶ୍ବରରୁ ୧୬ ଜଣ, ବରଗଡ଼ରୁ ୯ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୧୮ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୬ ଜଣ, ଜଗତ୍‌ସିଂହପୁରରୁ ୧୧ ଜଣ, ଯାଜପୁରରୁ ୧୨ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୧୫ ଜଣ, କେନ୍ଦୁଝରରୁ ୧୩ ଜଣ, ଖୋର୍ଦ୍ଧାରୁ ୫୬ ଜଣ, କୋରାପୁଟରୁ ୮ ଜଣ, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୨୫ ଜଣ, ନୟାଗଡ଼ରୁ ୬ ଜଣ, ନୂଆପଡ଼ାରୁ ୧୪ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୮ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୪୭ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୧୨ ଜଣ ଚିହ୍ନଟ ହୋଇଛନ୍ତି। ଏଣେ କରୋନାରେ ପୁଣି ୫ ଜଣଙ୍କର ମୃତ୍ୟୁ ଘଟିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe