ଜୁନ୍ ୧୭ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ: ୩ ଜିଲ୍ଲା ପାଇଁ ଆଜି ସତର୍କ ସୂଚନା ଜାରି

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ଜୁନ୍ ୧୭ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ଜାରି ରହିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି । ଏହି ସମୟରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୩ ରୁ ୪୪ ଡିଗ୍ରୀ ସେଲ୍‍ସିୟସ୍‍ ଛୁଇଁବାର ସମ୍ଭାବନା ରହିଛି । ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ଶନିବାର ପାଇଁ ବରଗଡ଼, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।

ସେହିଭଳି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଆର୍ଦ୍ରତା ବୃଦ୍ଧି ପାଇବା ସହ ଗୁଳୁଗୁଳି ହେବାର ସମ୍ଭାବନା ରହିଛି ।

ସମ୍ବନ୍ଧିତ ଖବର