୫୫,୮୩୮ ନୂଆ କରୋନା ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୭୭ ଲକ୍ଷ ୬ ହଜାର ୯୪୬ ଛୁଇଁଲା

୫୫,୮୩୮ ନୂଆ କରୋନା ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୭୭ ଲକ୍ଷ ୬ ହଜାର ୯୪୬ ଛୁଇଁଲା

ନୂଆଦିଲ୍ଲୀ: ପାଖାପାଖି ବର୍ଷେ ହେଲାଣି ଲୋକଙ୍କ ମନରେ ସେଇ ଗୋଟାଏ ଭୟ ‘କରୋନା’। ପ୍ରତିିଦିନ ନୂତନ ସଂକ୍ରମିତଙ୍କ ସଂଖ୍ୟା ଚିନ୍ତାର କାରଣ ପାଲଟୁଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ନୂଆ ୫୫,୮୩୮ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୭୭ ଲକ୍ଷ ୬ ହଜାର ୯୪୬ରେ ପହଞ୍ଚିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭୦୨ ଜଣଙ୍କ ମୃତ୍ୟୁ ଘଟିବା ପରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୬ ହଜାର ୬୧୬ରେ ପହଞ୍ଚିିଛି। ଏବେ ଆହୁରି ୭ ଲକ୍ଷ ୧୫ ହଜାର ୮୧୨ ଜଣ ସକ୍ରିୟ ଥିବା ବେଳେ ସୁସ୍ଥ ହୋଇ ସାରିଲେଣି ୬୮ ଲକ୍ଷ ୭୪ ହଜାର ୫୧୮ ଜଣ। କେବଳ ଗତ ୨୪ ଘଣ୍ଟା ମଧ୍ୟରେ ୭୯,୪୧୫ ଜଣ ସୁସ୍ଥ ହୋଇଥିବା ସୂଚନା ରହିଛି।

ସେହିପରି ଇଣ୍ଡିଆନ୍‌ କାଉନ୍‌ସିଲ୍‌ ଅଫ୍‌ ମେଡିକାଲ୍‌ ରିସର୍ଚ(ଆଇସିଏମ୍‌ଆର୍‌) ପକ୍ଷରୁ ସୂଚନା ଦିଆଯାଇଛି ଯେ ଗତକାଲି ୧୪ ଲକ୍ଷ ୬୯ ହଜାର ୯୮୫ ନମୁନା ପରୀକ୍ଷଣ ହୋଇଥିବା ବେଳେ ଏବେ ସୁଦ୍ଧା ସମୁଦାୟ ୯ କୋଟି ୮୬ ଲକ୍ଷ ୭୦ ହଜାର ୩୬୩ ନମୁନା ପରୀକ୍ଷା ହୋଇ ସାରିଲାଣି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe