ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ସୁନ୍ଦରଗଡ଼ର ଅତିରିକ୍ତ ଜିଲ୍ଲାପାଳଙ୍କ ଘର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

Advertisment
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ସୁନ୍ଦରଗଡ଼ର ଅତିରିକ୍ତ ଜିଲ୍ଲାପାଳଙ୍କ ଘର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

ସୁନ୍ଦରଗଡ଼: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ର ଅତିରିକ୍ତ ଜିଲ୍ଲାପାଳ ବିଶ୍ୱଜିତ ମହାପାତ୍ରଙ୍କ ଘର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସକାଳୁ ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲାପାଳ ବିଶ୍ବଜିତ ମହାପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଏକକାଳୀନ ଭାବେ ଓଡ଼ିଶା ଭିଜିଲାନ୍ସର ୮ ଜଣ ଡିଏସପି, ୨ଜଣ ଇନସ୍ପେକ୍ଟର, ୫ ଏଏସଆଇ ଓ ଅନ୍ୟ କର୍ମଚାରୀମାନଙ୍କୁ ନେଇ ଗଠିତ ଟିମ୍ ସୁସୁନ୍ଦରଗଡ଼ ସରକାରୀ ଆବାସ ଓ ଅଫିସ ସହ ଖୋର୍ଦ୍ଧା, ଜିଲ୍ଲାର ବିଭିନ୍ନ ସ୍ଥାନ ଏବଂ ଜଗତସିଂହପୁର ରେଢୁଆସ୍ଥିତ ପୈତୃକ ଘରେ ଚଢାଉ କରିଛନ୍ତି।

ଶ୍ରୀ ମହାପାତ୍ରଙ୍କ ଅବସରକୁ ଆଉ ମାତ୍ର ୧୮ ଦିନ ବାକି ଥିବା ବେଳେ ଭିଜିଲାନ୍ସ ଚଢ଼ାଉ ଚର୍ଚ୍ଚାର ଵିଷୟ ହୋଇଛି। ଭୁବନେଶ୍ବରର ରୁଦ୍ରପୁର, ବାଲିଅନ୍ତାରେ ଘର, ନୟାପଲ୍ଲୀରେ ଫ୍ଲାଟ୍, ଜଗତସିଂହପୁର ଜିଲ୍ଲାର ରେଢୁଆସ୍ଥିତ ପୈତୃକ ଘର ଓ ମଣିଜଙ୍ଗା ଜଡାତିରାରେ ଥିବା ସମ୍ପର୍କୀୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଚାଲିଛି। ଏହାଛଡ଼ା ରାଜଗାଙ୍ଗପୁର ଓସିଏଲ କମ୍ପ୍ଳଲକ୍ସଠାରେ ସମ୍ପର୍କୀୟଙ୍କ ଘରେ ବି ଚଢ଼ାଉ ଜାରି ରହିଛି। ତାଙ୍କ ନାଆଁରେ ଆଗରୁ  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଓ ଦୁର୍ନୀତି ଅଭିଯୋଗ ଥିବା ଜଣାଯାଇଛି। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe