Temperature to be rease from May 7. Photograph: (sambad.in)
ଭୁବନେଶ୍ବର: କିଛିଦିନର ବ୍ୟବଧାନ ପରେ ପୁଣି ଥରେ ତାପମାତ୍ରା ବଢ଼ିବ। ଆସନ୍ତା ସପ୍ତାହଠାରୁ ସୂର୍ଯ୍ୟକିରଣ ପ୍ରଖର ରହିବ। ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି ଆକଳନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆଗାମୀ ଦିନରେ ତାପମାତ୍ରା ୨ରୁ ୪ଡିଗ୍ରି ବଢ଼ିବାର ଆଶଙ୍କା ରହୁଛି।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ରାଜ୍ୟକୁ ପୁଣି ଫେରିବ ପ୍ରବଳ ଗ୍ରୀଷ୍ମ ପ୍ରବାହ। ଆସନ୍ତା ୭ ତାରିଖ ପରେ ୨ରୁ ୪ ଡିଗ୍ରି ଯାଏ ତାପମାତ୍ରା ବୃଦ୍ଧି ପାଇବା ସହ ପୁଣି ଅସମ୍ଭାଳ ତାତି ଅନୁଭବ ହେବ। ଏଥି ସହିତ କାଳବୈଶାଖୀର ତାଣ୍ଡବ ଆହୁରି ୪ ଦିନ ଜାରି ରହିବ। ଆଗାମୀ ୭ ତାରିଖ ଯାଏ ରାଜ୍ୟରେ ଜାରି ରହିବ ବର୍ଷା।
ଆସନ୍ତାକାଲି ପାଇଁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ପବନର ବେଗ ଘଣ୍ଟାପିଛା ୪୦ ରୁ ୫୦ କିମି ରହିବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ଅରେଞ୍ଜ ଓାର୍ଣ୍ଣିଂ ଜାରି କରିଛି। ଆସନ୍ତା ୫ ତାରିଖ ପାଇଁ ଉତ୍ତର, ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ନେଇ ୟୋଲୋ ୱାର୍ଣ୍ଣିଂ ଜାରି ହେଇଛି। ମେ’ ୬ରେ ମଧ୍ୟ ଅଧା ଓଡ଼ିଶା ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
IMD | Weather
Follow Us