Cyclone formed: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ୨୨ରେ ଲଘୁଚାପ, ୨୪ରେ ଅବପାତ

Advertisment

ମାଲାକ୍କା ସମୁଦ୍ର ସନ୍ଧିର ମଧ୍ୟ ଅଂଶରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ଯାଏ ସକ୍ରିୟ ରହିଛି। ପ୍ରଭାବରେ ଆସନ୍ତା‌ ୨୨ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ।

Updated On

ମାଲାକ୍କା ସମୁଦ୍ର ସନ୍ଧିର ମଧ୍ୟ ଅଂଶରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ଯାଏ ସକ୍ରିୟ ରହିଛି। ପ୍ରଭାବରେ ଆସନ୍ତା‌ ୨୨ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ।

ଅଦ୍ୟତନ ହୋଇଛି
rain22

ଭୁବନେଶ୍ବର: ମାଲାକ୍କା ସମୁଦ୍ର ସନ୍ଧିର ମଧ୍ୟ ଅଂଶରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ଯାଏ ସକ୍ରିୟ ରହିଛି। ପ୍ରଭାବରେ ଆସନ୍ତା‌ ୨୨ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୪ ତାରିଖରେ ଆହୁରି ଘନୀଭୂତ ହୋଇ ଦକ୍ଷିଣ ବଙ୍ଗୋପସାଗରର ମଧ୍ୟ ଭାଗରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପରବର୍ତ୍ତୀ ୪୮ ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଅଗ୍ରସର ହୋଇ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଅଧିକ ଘନୀଭୂତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ବଢ଼ିଲା ତାପମାତ୍ରା, କମିଲା ଥଣ୍ଡା

ସୃଷ୍ଟି ହୋଇଥିବା ଏହି ଘୂର୍ଣ୍ଣିବଳୟଟି ବାତ୍ୟା ରୂପ ନେବ କି ନାହିଁ ସେନେଇ ପାଣିପାଗ ବିଭାଗ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ। ତେବେ ଅବପାତ ରୂପ ନେବା ପରେ ଏହା ଆହୁରି ଘନୀଭୂତ ହେବାକୁ ଥିବାରୁ ବାତ୍ୟା ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନ ପାରେ। ଯଦି ବାତ୍ୟା ସୃଷ୍ଟି ହୁଏ ତେବେ ଏହା ଆନ୍ଧ୍ରପ୍ରଦେଶ ଉପକୂଳମୁହାଁ ହେବ ବୋଲି ‌ପାଣିପାଗ ବିଜ୍ଞାନୀମାନେ ପ୍ରାରମ୍ଭିକ ଆକଳନ କରିଛନ୍ତି। ସେପଟେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାପରେ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ଆଣ୍ଡାମାନ ସାଗରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ଏଥିସହ ଆଣ୍ଡାମାନ ଓ ନିକୋବର ଦୀପପୁଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୫୫ କିମି ବେଗରେ ପବନ ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି।

ଅନ୍ୟପକ୍ଷରେ ସାରା ଓଡ଼ିଶାର ସର୍ବନିମ୍ନ ତାପମାତ୍ରାରେ ବ୍ୟାପକ ପରିବର୍ତ୍ତନ ଆସିଛି। ଦକ୍ଷିଣ ଉପକୂଳ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ୪.୧ ଡିଗ୍ରିରୁ ଅଧିକ ବୃଦ୍ଧି ପାଇଛି। ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ୨ରୁ ୪ ଡିଗ୍ରି ଯାଏଁ ବଢ଼ିଛି। ତେବେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ କମ୍‌ ରହିଛି। ରାଜଧାନୀ ଭୁବନେଶ୍ୱରରେ ରାତି ତାପମାତ୍ରା ଦୃଷ୍ଟାନ୍ତମୂଳକ ଭାବେ ବୃଦ୍ଧି ସହ ଶୀତ ଗାଏବ ହୋଇଛି। ୧୮ ଓ ୧୯ ତାରିଖରେ ଆକାଶ ପ୍ରାୟ ମେଘମୁକ୍ତ ରହିଥିବା ବେଳେ ବାଦଲ ଆଛାଦିତ ରହିଥିବାରୁ ତାପମାତ୍ରା ବଢ଼ିଥିବା କୁହାଯାଉଛି। ଗତ ୨୪ ଘଣ୍ଟାରେ ସିମିଳିଗୁଡ଼ାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୯.୨ ଡିଗ୍ରି ରେକର୍ଡ ହୋଇଥିବା ବେଳେ ଘୂ.ଉଦୟଗିରିରେ ୯.୪ ଡିଗ୍ରି, ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ୧୧.୫, ଅନୁଗୁଳରେ ୧୧.୬, କୋରାପୁଟରେ ୧୧.୭, ଝାରସୁଗୁଡ଼ାରେ ୧୧.୯ ଡିଗ୍ରି ରହିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe