Advertisment

Rain in some parts of the state: ୨୩, ୨୪ରେ ରାଜ୍ୟର କିଛି ସ୍ଥାନରେ ବର୍ଷା

Advertisment

ରାଜ୍ୟର ସର୍ବନିମ୍ନ ତାପମାତ୍ରା ଧୀରେଧୀରେ ବଢ଼ିବାରେ ଲାଗିଛି। ଫଳରେ ରାଜ୍ୟରୁ ଶୀତ ବାହୁଡ଼ିଯାଉଛି। ଆକାଶ ନିର୍ମଳ ଯୋଗୁଁ ଖରା ପ୍ରଖର ହେଉଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ବିଷୁବ ଭାରତ ମହାସାଗର ଓ ସଂଲଗ୍ନ....

ରାଜ୍ୟର ସର୍ବନିମ୍ନ ତାପମାତ୍ରା ଧୀରେଧୀରେ ବଢ଼ିବାରେ ଲାଗିଛି। ଫଳରେ ରାଜ୍ୟରୁ ଶୀତ ବାହୁଡ଼ିଯାଉଛି। ଆକାଶ ନିର୍ମଳ ଯୋଗୁଁ ଖରା ପ୍ରଖର ହେଉଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ବିଷୁବ ଭାରତ ମହାସାଗର ଓ ସଂଲଗ୍ନ....

rain

ଭୁବନେଶ୍ବର: ରାଜ୍ୟର ସର୍ବନିମ୍ନ ତାପମାତ୍ରା ଧୀରେଧୀରେ ବଢ଼ିବାରେ ଲାଗିଛି। ଫଳରେ ରାଜ୍ୟରୁ ଶୀତ ବାହୁଡ଼ିଯାଉଛି। ଆକାଶ ନିର୍ମଳ ଯୋଗୁଁ ଖରା ପ୍ରଖର ହେଉଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ବିଷୁବ ଭାରତ ମହାସାଗର ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଉପର ବାୟୁ ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ଅର୍ଥାତ୍‌ ରବିବାର ସୁଦ୍ଧା ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ସେହି ଅଞ୍ଚଳରେ ଅଧିକ ସୁସ୍ପଷ୍ଟ ହେବ। 

Arrest: ଗହଣା ଚୋରି ମାମଲା: ୨୪ ଘଣ୍ଟା ମଧ୍ୟରେ ଗିରଫ ହେଲେ ୩ ଡକାୟତ

ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏଣୁ ଏହିସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୪ ତାରିଖ ଦିନ ମଧ୍ୟ ମୟୂରଭଞ୍ଜ, ଯାଜପୁରକଟକ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ଏହିସବୁ ଜିଲ୍ଲା ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହାପରେ ରାଜ୍ୟରେ ପାଗ ଶୁଖିଲା ରହିବ। ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ଦେଖାଯିବ। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ପାଗ ଶୁଖିଲା ରହିବ। ଦିନର ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରି ଓ ସର୍ବନିମ୍ନ ରାତି ତାପମାତ୍ରା ୧୮ ଡିଗ୍ରି ରହିବ।

୩.୨୫ ଲକ୍ଷ କର୍ମୀଙ୍କୁ ନେଇ ବିଶ୍ୱର ସର୍ବବୃହତ ସିଏପିଏଫ୍ ସାଜିଛି ସିଆରପିଏଫ୍: ଶାହ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe