ଭୁବନେଶ୍ବର: ରାଜ୍ୟରେ ଶୀତ ପ୍ରବାହ ଜାରି ରହିଛି। ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ସେଭଳି ପରିବର୍ତ୍ତନ ହେବ ନାହିଁ। ଗୋଟିଏ ଦୁଇଟି ସହରର ତାପମାତ୍ରା ଏପାଖସେପାଖ ହୋଇପାରେ।‌ ସୁନ୍ଦରଗଡ଼, କନ୍ଧମାଳ, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଘୂ.ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୪.୨ ଡିଗ୍ରି ରେକର୍ଡ ହୋଇଛି।

Advertisment

Sydney Terror Attack : ଦୁଇଟି ଆତଙ୍କବାଦୀ ଆକ୍ରମଣରେ ଅଳ୍ପକେ ବର୍ତ୍ତିଯାଇଥିବା ବ୍ୟକ୍ତି

ଯେତେବେଳେ କି ଫୁଲବାଣୀ ଓ ‌ଦାରିଙ୍ଗବାଡ଼ିରେ ୬ ଡିଗ୍ରି, ସିମିଳିଗୁଡ଼ାରେ ୬.୧, କୋରାପୁଟରେ ୭, ରାଉରକେଲାରେ ୮.୨, ଚିପିଲିମାରେ ୮.୬, ଝାରସୁଗୁଡ଼ାରେ ୮.୯, ଭବାନୀପାଟଣାରେ ୯, ଅନୁଗୁଳରେ ୯.୬, ବୌଦ୍ଧ ଓ କିରୋଇରେ ୯.୮ ଡିଗ୍ରି ରହିଥିଲା। ଅନ୍ୟ ସମସ୍ତ ସହରର ପାରଦ ୧୦ ଡିଗ୍ରି କିମ୍ବା ତା’ଠାରୁ ଅଧିକ ଥିଲା। କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମଧରଣର କୁହୁଡ଼ି ପଡ଼ିଛି। କେ‌ତେକ ସ୍ଥାନରେ ପାରଦ ସ୍ବାଭାବିକଠାରୁ ୬ ଡିଗ୍ରି ପର୍ଯ୍ୟନ୍ତ କମ୍‌ ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Old woman: ଝାଟିମାଟିର କୁଡ଼ିଆରେ ବିତୁଛି ଅସହାୟ ଜୀବନ