ଭୁବନେଶ୍ବର: ରାଜ୍ୟରେ ଶୀତ ପ୍ରକୋପ ସାମାନ୍ୟ କମିଥିବା ବେଳେ କୁହୁଡ଼ି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହେଉଛି। ଆଜି ସକାଳୁ ରାଜଧାନୀ ଭୁବନେଶ୍ବର ସମେତ ନୟାଗଡ଼ ଓ ପାରାଦୀପରେ ଅତି ଘନକୁହୁଡ଼ି ପଡ଼ିଥିବା ବେଳେ ଏଠାରେ ଦୃଶ୍ୟମାନ ଦୂରତା ୫୦ ମିଟରରୁ ବି କମ ରହିଥିଲା। ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କୁହୁଡ଼ି ଦେଖିବାକୁ ମିଳିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତାକାଲି ପୁରୀ, ଖୋର୍ଦ୍ଧା, କଟକ ଓ ନୟାଗଡ଼ରେ ଅତି ଘନକୁହୁଡ଼ିକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଞ୍ଜାମ, ଗଜପତି, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ସୁନ୍ଦରଗଡ଼, ରାୟଗଡ଼ା ଓ କୋରାପୁଟ ଆଦି ଜିଲ୍ଲାରେ ଘନକୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
Weekly Horoscope: ଜାଣନ୍ତୁ ଏ ସପ୍ତାହର ରାଶିଫଳ
ଅନ୍ୟପଟେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ଘୁ. ଉଦୟଗିରିଠାରେ ୭ ଡିଗ୍ରି ରହିଥିବା ବେଳେ ଦାରିଙ୍ଗବାଡ଼ିରେ ୭.୫ ଡିଗ୍ରି, ଫୁଲବାଣୀରେ ୮.୫ ଡିଗ୍ରି, ସେମିଳିଗୁଡ଼ାରେ ୯ ଡିଗ୍ରି, କୋରାପୁଟରେ ୯.୮ ଡିଗ୍ରି, ନବରଙ୍ଗପୁରରେ ୧୦ ଡିଗ୍ରି ଓ ଚିପିଲିମାରେ ୧୦.୧ ଡିଗ୍ରି ଲେଖାଏଁ ରାତି ତାପମାତ୍ରା ରେକର୍ଡ ହୋଇଥିଲା। ରାଜଧାନୀ ଭୁବନେଶ୍ବରରେ ରାତି ତାପମାତ୍ରା ୧୪.୮ ଡିଗ୍ରି ରହିଥିବା ବେଳେ କଟକରେ ରହିଥିଲା ୧୩.୪ ଡିଗ୍ରି। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବଢ଼ିପାରେ। ଏହାପରେ ତାପମତ୍ରାରେ ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ଦେଖାଯିବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/26/2025-12-26t132446534z-whatsapp-image-2025-12-26-at-65430-pm-2025-12-26-18-54-47.jpeg)