Winter storm: ଶୀତଲହରି ତୃତୀୟ ସପ୍ତାହରୁ ବଢ଼ିବ: ୧୫ ଡିଗ୍ରି ତଳକୁ ଖସିଲା ଫୁଲବାଣୀ, ଦାରିଙ୍ଗବାଡ଼ି

Advertisment

ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକ ରହିବ। ପରବର୍ତ୍ତୀ ୭ ଦିନ ଅର୍ଥାତ୍‌ ୧୪ରୁ ୨୦ ତାରିଖ ମଧ୍ୟରେ ରାତିର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ କମ୍‌ ରହିବ।

ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକ ରହିବ। ପରବର୍ତ୍ତୀ ୭ ଦିନ ଅର୍ଥାତ୍‌ ୧୪ରୁ ୨୦ ତାରିଖ ମଧ୍ୟରେ ରାତିର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ କମ୍‌ ରହିବ।

Twin Cities to shiver in winter for 7 days

Twin Cities to shiver in winter for 7 days Photograph: (sambad.in)

ଭୁବନେଶ୍ବର: ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକ ରହିବ। ପରବର୍ତ୍ତୀ ୭ ଦିନ ଅର୍ଥାତ୍‌ ୧୪ରୁ ୨୦ ତାରିଖ ମଧ୍ୟରେ ରାତିର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ କମ୍‌ ରହିବ। ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ଛତିଶଗଡ଼, ତେଲେଙ୍ଗାନା, ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗର କେତେକ ଅଞ୍ଚଳରେ ଥଣ୍ଡା ଅନୁଭୂତ ହେବ। ବାୟୁମଣ୍ଡଳରେ ଜଳୀୟବାଷ୍ପ ହ୍ରାସ ତଥା ପଶ୍ଚିମାଝଡ଼ ପ୍ରଭାବରେ ଉତ୍ତରପଶ୍ଚିମ ଦିଗରୁ ପ୍ରବେଶ କରୁଥିବା ଶୁଷ୍କ ବାୟୁ ପ୍ରଭାବରେ ରାତି ତାପମାତ୍ରା ହ୍ରାସ ସହ ଆହୁରି ଥଣ୍ଡା ବଢ଼ିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି। 

କୃଷି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି, ଶୁକ୍ରବାର ରାତିରୁ ରାଜ୍ୟରେ ପୁଣିଥରେ ଥଣ୍ଡା ବଢ଼ିବ। ରବିବାର ରାତି ସୁଦ୍ଧା ପାରଦ ସ୍ତର ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ କମିପାରେ। ରାଉରକେଲା, ତୁରୁମୁଙ୍ଗା, ବାଲିଗୁଡ଼ା, ଗଜାପୁର(ଗଜପତି)ରେ ତାପମାତ୍ରା ୧୨ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇପାରେ। ସମ୍ବଲପୁର, ଭବାନୀପାଟଣା, ଝାରସୁଗୁଡ଼ା, ମୋହନାରେ ତାପମାତ୍ରା ୧୪ ଡିଗ୍ରି, ଭୁବନେଶ୍ବରରେ ୧୮ ଡିଗ୍ରି ଓ ବାଲେଶ୍ବରରେ ୧୬ ଡିଗ୍ରି ରହିପାରେ। ଆସନ୍ତା ୨ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ଥଣ୍ଡା ଜାରି ରହିବ। 

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଆଗାମୀ ଦୁଇ ଦିନ ସର୍ବନିମ୍ନ ତାପମାତ୍ରାରେ ବଡ଼ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ୩ ଦିନ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପାରଦ ୨ରୁ ୩ ଡିଗ୍ରି ଖସିପାରେ। ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ ଓ କଳାହାଣ୍ଡି ଜିଲ୍ଲର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା କୁହୁଡ଼ି ପଡ଼ିଛି। ଫୁଲବାଣୀରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରି, ଦାରିଙ୍ଗବାଡ଼ିରେ ୧୫ ଡିଗ୍ରି, ଅନୁଗୁଳରେ ୧୬ ଡିଗ୍ରି, କୋରାପୁଟରେ ୧୬.୫ ଏବଂ ସୁନ୍ଦରଗଡ଼ରେ ୧୬.୬ ଡିଗ୍ରି ରେକର୍ଡ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe